Kulgam Encounter
ଜାମ୍ମୁ କାଶ୍ମୀର କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । ମିଳିତ ଏନକାଉଣ୍ଟରରେ ୫ ଲସ୍କର ଆତଙ୍କବାଦୀ ନିହତ ହୋଇଛନ୍ତି । ଆଉ ୨ ଆତଙ୍କବାଦୀ ଲୁଚିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ।
କୁଲଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ବିଶେଷ ସୂତ୍ରରୁ ସୁରକ୍ଷାକର୍ମୀମାନେ ଖବର ପାଇଥିଲେ । ଖବର ପାଇବାପରେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚଅପରେସନ୍ କରିଥିଲେ । ସେହି ସମୟରେ ଉଭୟ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା ।
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଘଟଣାସ୍ଥଳରେ ୫ ଲସ୍କର ଆତଙ୍କବାଦୀ ନିହତ ହୋଇଛନ୍ତି । କୁଲଗାମରେ ଆହୁରି ୨ଜଣ ଆତଙ୍କବାଦୀ ଲୁଚି ରହିଥିବା ଜଣାପଡ଼ିଛି । ତେଣୁ ଏବେ ବି ଘଟଣାସ୍ଥଳରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଆପରେସନ ଜାରି ରୋଖିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700205069.jpg)