Advertisment

ଦେଶରେ କମିବାରେ ଲାଗିଛି ସଂକ୍ରମଣ: ୨୪ ଘଂଟାରେ ୧୮ ହଜାର ସଂକ୍ରମିତ ଚିହ୍ନଟ

ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ୧୮ ହଜାର ୮୭୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ୩ ଶହରୁ ଅଧିକ ଲୋକଙ୍କ ପ୍ରାଣ ନେଇଛି ମହାମାରୀ

undefined

india coronavirus update 25 september 2021

Advertisment

ନୂଆଦିଲ୍ଲୀ: ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ୧୮ ହଜାର ୮୭୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ୩ ଶହରୁ ଅଧିକ ଲୋକଙ୍କ ପ୍ରାଣ ନେଇଛି ମହାମାରୀ। ତେବେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍‌ ୩,୩୭,୧୬,୪୫୧ରେ ସଂକ୍ରମଣ ପହଞ୍ଚିବା ଥିବା ବେଳେ ମୃତ୍ୟୁସଂଖ୍ୟା ୪,୪୭,୭୫୧ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦେଶରେ ଏବେ ବି ୨,୮୨,୫୨୦ ଆକ୍ଟିଭ୍ କେସ୍‌ ରହିଛି। ଯାହାକୁ ନେଇ ଚିନ୍ତା ବଢିବାରେ ଲାଗିଛି। କେବଳ ଏତିକି ନୁହେଁ ବରଂ ଗତ ୨୪ ଘଣ୍ଟା ମଧ୍ୟରେ ୨୮,୧୭୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୯,୮୬,୧୮୦ରେ ପହଞ୍ଚିଛି। ­­­­­ ତେବେ ଆକ୍ଟିଭ୍‌ କେସ୍‌ ସଂଖ୍ୟାକୁ ନେଇ ଏବେ ବି ଚିନ୍ତା ବଢିଛି।

Advertisment

ଏପଟେ, ୨୪ ଘଣ୍ଟାରେ ରାଜ୍ୟରେ ୫୬୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୩ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୨୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୩୭ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୫୬ ପଜିଟିଭ୍‌ ବାହାରିଛନ୍ତି।

Advertisment

ଚିହ୍ନଟ ନୂଆ ୫୬୫ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ ୨ ଜଣ ଭଦ୍ରକରୁ ୬ ଜଣ, ବଲାଙ୍ଗିରରୁ ୪ ଜଣ, କଟକରୁ ୬୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମ ୪ ଜଣ, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡି ୩ ଜଣ, କନ୍ଧମାଳ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲ୍‌ରୁ ୫୬ଜଣ ଚିହ୍ନଟ ହୋଇଛନ୍ତି ।

India COVID19 Corona Virus
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ