india coronavirus update 25 september 2021
ନୂଆଦିଲ୍ଲୀ: ଦେଶରେ କମିଲା ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ମୋଟ୍ ୧୮,୮୩୩ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହାସହ ୨୪ ଘଂଟାରେ ମୋଟ୍ ୨୭୮ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ତେବେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩,୩୮,୭୧,୮୮୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୨୭୮ ମୃତ୍ୟୁକୁ ମିଶାଇ ଦେଶରେ ମୋଟ୍ କରୋନା ମୃତ୍ୟୁସଂଖ୍ୟା ୪,୪୯,୫୩୮ରେ ପହଞ୍ଚିଛି। କେବଳ ଏତିକି ନୁହେଁ ବରଂ ୨୪ ଘଂଟାରେ ଦେଶରେ ମୋଟ୍ ୨୪, ୭୭୦ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ୩,୩୧,୭୫,୬୫୬ ରହିଛି ଆକ୍ଟିଭ୍ କେସ୍ର ସଂଖ୍ୟା। ଯାହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଚିନ୍ତା ବଢିଛି।
Also Read
ସେପଟେ, ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ଖସୁଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୦ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୪୭ ଜଣ । ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨କୁ ବୃଦ୍ଧି ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଫଳରେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮,୨୨୭କୁ ବୃଦ୍ଧି ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1632550553.jpg)


