Advertisment

ଦେଶରେ କମୁଛି ସଂକ୍ରମଣ: ୨୪ ଘଂଟାରେ ୧୮ ହଜାର ଆକ୍ରାନ୍ତ ହେଲେ ଚିହ୍ନଟ

ଦେଶରେ ଆଜି ବି କମ୍‌ ରହିଛି ଦୈନିକ ସଂକ୍ରମଣର ଟ୍ରେଣ୍ଡ୍‌। ଗତ ୨୪ ଘଂଟା ମଧ୍ୟରେ ଦେଶରେ ୧୮,୧୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୪ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ତେବେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୫୩,୪୭୫ରେ ପହଞ୍ଚିଛି

author-image
Sarbeswar
undefined

corona

ନୂଆଦିଲ୍ଲୀ: ଦେଶରେ ଆଜି ବି କମ୍‌ ରହିଛି ଦୈନିକ ସଂକ୍ରମଣର ଟ୍ରେଣ୍ଡ୍‌। ଗତ ୨୪ ଘଂଟା ମଧ୍ୟରେ ଦେଶରେ ୧୮,୧୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୪ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ତେବେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୫୩,୪୭୫ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୪,୫୦,୫୮୯ରେ ପହଞ୍ଚିଛି। କେବଳ ଏତିକି ନୁହେଁ ବରଂ ୨୪ ଘଂଟାରେ କରୋନାରୁ ୨୩,୬୨୪ଜଣ ସୁସ୍ଥ ହୋଇଛନ୍ତି ଏବଂ ସୁସ୍ଥଙ୍କ ସଂଖ୍ୟା ୩,୩୨,୭୧,୯୧୫ ରହିଛି।

Advertisment

କିନ୍ତୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ଆକ୍ଟିଭ୍‌ କେସ୍‌ର ସଂଖ୍ୟା ୨,୩୦,୯୭୧ ରହିଛି। ଯାହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢିଛି। ଏହାସହ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୪,୭୦,୧୦,୧୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ୬୬,୮୫,୪୧୫ ଟିକା ଦିଆଯାଇଛି।

Advertisment

ଏପଟେ, ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ତେବେ କିଛି ଦିନ ଫ୍ଲାଟୋ ସ୍ଥିତିରେ ରହିବା ପରେ ଆଜି ପୁଣି ୬୦୦ ଉପରେ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୬୫୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣ ଆକ୍ରାନ୍ତ ଜୀବନ ହାରିଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୨ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୩୮୦ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୭୨ ଜଣ ।

Corona Virus India COVID19
Advertisment
Advertisment