Advertisment

ଦେଶରେ କମୁଛି ସଂକ୍ରମଣ। ୨୪ ଘଂଟାରେ ୧୬ ହଜାର ଆକ୍ରାନ୍ତ ହେଲେ ଚିହ୍ନଟ

ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ମୋଟ୍‌ ୧୬,୮୬୨ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩୭୯ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ସେହିପରି, ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୩,୪୦,୩୭,୫୯୨ରେ ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା

Corona Situation in bhubaneswar

Corona Situation in bhubaneswar

Advertisment

ନୂଆଦିଲ୍ଲୀ: ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ମୋଟ୍‌ ୧୬,୮୬୨ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩୭୯ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ସେହିପରି, ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୩,୪୦,୩୭,୫୯୨ରେ ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା। ଏହାସହ ଦେଶରେ ମୋଟ୍‌ ୪,୫୧,୮୧୪ରେ ପହଞ୍ଚିଲାଣି କରୋନା ମୃତକଙ୍କ ସଂଖ୍ୟା। କେବଳ ଏତିକି ନୁହେଁ ବରଂ ଗତ ୨୪ ଘଂଟାରେ ଦେଶରେ ମୋଟ୍‌ ୧୯,୩୯୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ଦେଶରେ ମୋଟ୍‌ ୩,୩୩,୮୨,୧୦୦ ରେ ପହଞ୍ଚିଲାଣି ସୁସ୍ଥଙ୍କ ସଂଖ୍ୟା। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ୨,୦୩,୬୭୮ ଆକ୍ଟିଭ୍ କେସ୍‌ ରହିଛି। ଯାହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଚିନ୍ତା ବଢିଛି।

Advertisment

ଏପଟେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଂଚଳରୁ ୧୯୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Advertisment

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ୩୪ ହଜାର ୨୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୦ ହଜାର ୬୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ରାଜ୍ୟରେ ୫ ହଜାର ୨୯୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଯାହାକୁ ନେଇ ରାଜ୍ୟ ସରକାର ଚିନ୍ତିତ ଅଛନ୍ତି।

Corona Virus India COVID19
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ