Advertisment

ଦେଶରେ ଦୋଳି ଖେଳୁଛି ସଂକ୍ରମଣ: ଦିନେ ବଢୁଛି ତ ଦିନେ କମୁଛି

ତେବେ ଆଜିର କରୋନା ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍‌ ୩,୨୨,୨୫,୫୦୪ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୪,୩୧,୬୪୨ରେ ପହଞ୍ଚିଛି ମୃତକଙ୍କ ସଂଖ୍ୟା। ଏହାସହ ଗତ ୨୪ ଘଂଟାରେ ୩୫,୯୦୯ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦେଶରେ ଏବେ ବି ୩,୮୧,୯୪୭ ଆକ୍ଟିଭ୍‌ କେସ୍‌ ରହିଛି ଯାହାକୁ ନେଇ ଚିନ୍ତା ବଢିଛି।

ଦେଶରେ ଦୋଳି ଖେଳୁଛି ସଂକ୍ରମଣ: ଦିନେ ବଢୁଛି ତ ଦିନେ କମୁଛି

covid19

Advertisment

ନୂଆଦିଲ୍ଲୀ: ଦେଶରେ ଦୋଳି ଖେଳୁଛି କରୋନା ମହାମାରୀ। ଗତ କାଲି ସାମାନ୍ୟ ବଢିଥିବା ବେଳେ ଆଜି ପୁଣି ଥରେ କମିଛି ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ୩୨,୯୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୧୭ ଜଣଙ୍କ ଯାଇଛି ଜୀବନ। ତେବେ ଆଜିର କରୋନା ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍‌ ୩,୨୨,୨୫,୫୦୪ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୪,୩୧,୬୪୨ରେ ପହଞ୍ଚିଛି ମୃତକଙ୍କ ସଂଖ୍ୟା। ଏହାସହ ଗତ ୨୪ ଘଂଟାରେ ୩୫,୯୦୯ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦେଶରେ ଏବେ ବି ୩,୮୧,୯୪୭ ଆକ୍ଟିଭ୍‌ କେସ୍‌ ରହିଛି ଯାହାକୁ ନେଇ ଚିନ୍ତା ବଢିଛି।

Advertisment

ଏପଟେ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ହେଲେ ଘାରିଲାଣି ତୃତୟ ଲହରର ଭୟ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହୁଛି। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ତୃତୀୟ ଲହର ଭୟକୁ ବଢାଇ ଦେଇଛି। ଏଥିସହିତ ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Advertisment

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫୦୭ ଜଣ ଥିବାବେଳେ ଲୋକାଲ କେସ୍ ରହିଛି ୩୬୧। ଆଜି ଅନୁଗୁଳରୁ ୨୬, ବାଲେଶ୍ୱରରୁ ୫୨, ବରଗଡ଼ରୁ୧୩, ଭଦ୍ରକରୁ ୧୯, ବଲାଙ୍ଗିରରୁ ୮, ବୌଦ୍ଧରୁ ୧, କଟକରୁ ୧୫୪, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧୫, ଗଜପତିରୁ ୧, ଗଂଜାମରୁ ୩, ଜଗତସିଂହପୁରରୁ ୨୩, ଯାଜପୁରରୁ ୪୫, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୨୬, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୨୧୬, ମାଲକାନଗିରିରୁ ୧୬, କେନ୍ଦ୍ରାପଡ଼ାରୁ ୨୬, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୨୧୬, ମାଲକାନଗିରିରୁ ୧୬
ମୟୂରଭଞ୍ଜରୁ ୨୮, ନୟାଗଡ଼ରୁ ୨୧, ନୂଆପଡ଼ାରୁ ୬, ପୁରୀରୁ ୨୧, ରାୟଗଡ଼ାରୁ ୨, ସମ୍ବଲପୁରରୁ ୩୯, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟପୁଲରୁ ୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Coronavirus India COVID19
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ