Hyderabad Massive Fire
ହାଇଦ୍ରାବାଦରେ ଭୟାବହ ଅଗ୍ନିକାଣ୍ଡ । ଚାରମିନାର ନିକଟରେ ଥିବା ଗୁଲଜାର ହାଉସରେ ନିଆଁ ଲାଗିବାରୁ ୧୭ ଜଣ ଜୀବନ୍ତ ଦଗ୍ଧ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଥିବାବେଳେ ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରାଯାଇଛି । ସେପଟେ ୧୦ ଗୁରୁତରଙ୍କୁ ଏକ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ଚିକିତ୍ସା ଜାରି ରହିଛି । ତେବେ ମୃତାହତଙ୍କ ସଂଖ୍ୟା ଆହୁରି ବଢିବା ନେଇ ସନ୍ଦେହ କରାଯାଉଛି ।
ଅଗ୍ନିକାଣ୍ଡ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତାହତଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ମୃତକଙ୍କ ସମ୍ପର୍କୀୟକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରାଯିବ । ଏହାସହ ପ୍ରତି ଆହତଙ୍କ ଚିକିତ୍ସା ପାଇଁ ୫୦ ହଜାର ଲେଖାଏଁ ପ୍ରଦାନ କରିବେ କେନ୍ଦ୍ର ସରକାର । PMNRF ଫଣ୍ଡରୁ ଏହି ସହାୟତା ରାଶି ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1747549669.jpg)