/odishatv-khabar/media/post_attachments/uploadimage/library/16_9/16_9_0/IMAGE_1727071643.jpg)
child pornography
ସୁପ୍ରିମ କୋର୍ଟଙ୍କ ବଡ଼ ରାୟ। ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଅର୍ଥାତ୍ ୧୮ବର୍ଷରୁ କମ୍ ବୟସ୍କଙ୍କୁ ଅଶ୍ଳୀଳ ଭାବେ ଚିତ୍ରଣ କରିବା ଅପରାଧ। ସେମାନଙ୍କ ନ୍ୟୁଡ୍ କଣ୍ଟେଣ୍ଟକୁ ଇଲେକ୍ଟ୍ରୋନିକ୍ସ କିମ୍ୱା ଅନ୍ୟ କୌଣସି ଫର୍ମାଟରେ ପ୍ରକାଶ କରିବା ଏବଂ ଏହାକୁ ଅନ୍ୟମାନଙ୍କୁ ପଠାଇବା ଅପରାଧ ଭାବରେ ବିବେଚନା କରାଯିବ। ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କିମ୍ବା ଦେଖିବା POCSO ଅଧିନିୟମ ଅନୁଯାୟୀ ଅପରାଧ ।
ଚାଇଲ୍ଡ ପର୍ଣ୍ଣୋଗ୍ରାଫି ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୧୯ ମସିହାରେ POCSO ଆକ୍ଟରେ ପରିବର୍ତ୍ତନ କରିଥିଲେ। ଧାରା ୧୪ ଏବଂ ୧୫ ଅନୁଯାୟୀ, ଯଦି କେହି ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କରନ୍ତି, ସେୟାର କରନ୍ତି କିମ୍ବା ଦେଖନ୍ତି ତେବେ ତାଙ୍କୁ ୩ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ, ଜୋରିମାନା କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯାଇପାରେ ।
ଏହା ବ୍ୟତୀତ, ଯଦି ଜଣେ ବ୍ୟକ୍ତି ବ୍ୟବସାୟିକ ଉଦ୍ଦେଶ୍ୟରେ (ବିକ୍ରୟ / କ୍ରୟ) ପାଇଁ ଚାଇଲ୍ଡ ପର୍ଣ୍ଣୋଗ୍ରାଫି ରଖନ୍ତି, ତେବେ ଅତି କମ୍ରେ ତିନି ବର୍ଷ ଜେଲ ବା ଜୋରିମାନା କିମ୍ବା ଉଭୟ ଦଣ୍ଡବିଧାନର ବ୍ୟବସ୍ଥା ଅଛି । ଯଦି ଦ୍ୱିତୀୟ ଥର ପାଇଁ ସେହି ବ୍ୟକ୍ତି ଏପରି କରନ୍ତି ତେବେ ଏହି ଦଣ୍ଡାଦେଶକୁ ପାଞ୍ଚରୁ ସାତ ବର୍ଷକୁ ବୃଦ୍ଧି କରାଯାଇପାରେ ।
Supreme Court says that mere storage of child pornographic material is an offence under the Protection of Children from Sexual Offences Act (POCSO Act).
Supreme Court suggests Parliament to bring a law amending the POCSO Act to replace the term "child pornography" with "Child… pic.twitter.com/mNwDXX88fb
— ANI (@ANI) September 23, 2024
ଭାରତରେ ଅନ୍ଲାଇନ୍ ପର୍ଣ୍ଣ ଦେଖିବା ବେଆଇନ ନୁହେଁ, କିନ୍ତୁ ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ୨୦୦୦ରେ ପର୍ଣ୍ଣ ଭିଡିଓ ତିଆରି, ପ୍ରକାଶନ ଏବଂ ପ୍ରସାରଣ ଉପରେ ନିଷେଧାଦେଶ ରହିଛି। ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ୨୦୦୦ର ଧାରା ୧୭ ଏବଂ ୬୭A ରେ ମଧ୍ୟ ୩ବର୍ଷ ଜେଲ୍ ସହିତ ଏହି ଅପରାଧ କରୁଥିବା ବ୍ୟକ୍ତିଙ୍କ ପାଇଁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜୋରିମାନାର ବ୍ୟବସ୍ଥା ରହିଛି। ଏହା ବ୍ୟତୀତ ଆଇପିସିର ଧାରା ୨୯୨, ୨୯୩, ୫୦୦, ୫୦୬ ରେ ମଧ୍ୟ ଆଇନ ସମ୍ବନ୍ଧୀୟ ବ୍ୟବସ୍ଥା କରାଯାଇଛି। ଏକ୍ଷେତ୍ରରେ POCSO ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଏ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)