Advertisment

Pravasi Bharatiya Divas: ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଗୁରୁବାର ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି ପ୍ରବାସୀ ଭାରତୀୟ ଦିବସ ୨୦୨୫। ସମ୍ମିଳନୀର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦଘାଟନ କରିଛନ୍ତି । ରାଜଭବନରୁ ବାହାରି ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ପହଞ୍ଚିଥିଲେ।

author-image
Otv Khabar Bureau
ଅଦ୍ୟତନ ହୋଇଛି
narendra modi

narendra modi

ଗୁରୁବାର ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି ପ୍ରବାସୀ ଭାରତୀୟ ଦିବସ ୨୦୨୫। ସମ୍ମିଳନୀର ଦ୍ବିତୀୟ ଦିନରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦଘାଟନ କରିଛନ୍ତି । ରାଜଭବନରୁ ବାହାରି ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ପହଞ୍ଚିଥିଲେ। ସକାଳ ୧୦ରୁ ଉଦଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରାୟ ଦେଢ଼ ଘଣ୍ଟା କାର୍ଯ୍ୟକ୍ରମ ଚାଲିବ। ଏଥିପାଇଁ ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବେ।  ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ସହ ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ। ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହ। ଏଥିରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ଆଜି ଅପରାହ୍ମରେ ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରପତି।

Advertisment

ଅଧିକ ପଢ଼ନ୍ତୁ: ପ୍ରବାସୀ ଭାରତୀୟ ଦିବସ ପାଇଁ ରାଜଧାନୀ ଉତ୍ସବ ମୁଖର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ କେନ୍ଦ୍ର ଯୁବ ବ୍ୟାପାର ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ସମ୍ମିଳନୀର ପ୍ରଥମ ଦିନରେ ଯୁବ ପ୍ରବାସୀ ଭାରତୀୟ ଦିବସର ଉଦଘାଟନ କରିଥିଲେ। ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ଭାରତୀୟ ନାଗରିକ। ପ୍ରବାସୀଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମୈଦାନ। ରାଜ୍ୟର ୭ଟି ସ୍ଥାନ ବୁଲିବେ ପ୍ରବାସୀ। ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ଯ୍ୟଟନ ସ୍ଥଳୀ ବୁଲିବେ। ଆସନ୍ତାକାଲି ଯୁବ ସମାବେଶରୁ ଆରମ୍ଭ ହେବ ଏହି ୩ ଦିନିଆ ସମ୍ମିଳନୀ। ଯାହାକୁ ସମ୍ବୋଧିତ କରିବେ ବୈଦଶିକ ବ୍ୟାପାର ଏବଂ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ। ପ୍ରବାସୀଙ୍କ ଆତିଥ୍ୟ ପାଇଁ ପୂରା ପ୍ରସ୍ତୁତ ରାଜ୍ୟ ସରକାର। ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆଉ ଭିନ୍ନ ଭିନ୍ନ ଇଭେଣ୍ଟ। ସବୁରି ମାଧ୍ୟମରେ ଓଡ଼ିଶାର କଳା, ସଂସ୍କୃତି ଆଉ ପରମ୍ପରା ପ୍ରସାର ଉଦ୍ଦେଶ୍ୟ। ଏକାମ୍ର ପାର୍କ ରେ ଆୟୋଜନ ହୋଇଛି ୫ଦିନିଆ ପୁଷ୍ପ ପ୍ରଦର୍ଶନୀ। ଭଳିକି ଭଳି ଫୁଲର ସମ୍ଭାର ସହ ପ୍ରବାସୀଙ୍କୁ ଆକର୍ଷଣ କରିବ କାକଟସ ହାଉସ। ଯାହାକୁ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗତକାଲିଠୁ ରାଜଧାନୀରେ ଆରମ୍ଭ ହୋଇଛି ପାର୍କ ଫେଷ୍ଟିଭାଲ। ବିଭିନ୍ନ ପାର୍କରେ ମ୍ୟୁଜିକ ଫାଉଣ୍ଟେନ୍ ଏବଂ ଲେଜର ଶୋ ଜରିଆରେ ରାଜ୍ୟର କଳା ସାହିତ୍ୟ ସଂସ୍କୃତି , ପରମ୍ପରା ଆଦି ପ୍ରଦର୍ଶିତ ହେଉଛି। ସେହିପରି ରାଜ୍ୟ ସଂଗ୍ରହାଳୟ ମଧ୍ୟ ରାତି ୯ଟା ଯାଏଁ ଖୋଲିବାକୁ ନିଷ୍ପତ୍ତି ହୋଇଛି। 

ପ୍ରବାସୀଙ୍କ ପାଇଁ ସଂଗ୍ରହାଳୟରେ ଆଉ ୯ଟି ଗ୍ୟାଲେରୀର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯେଉଁଥିରେ ରହିଛି ଓଡ଼ିଶାର ହାତୀଦାନ୍ତ ଗ୍ୟାଲେରୀ, ପ୍ରାଣୀବିଜ୍ଞାନ, ଖଣି ଏବଂ ଭୂତତ୍ତ୍ୱ, କଣ୍ଢେଇ, ଓଡିଶା ଜନଜାତି ଏବଂ ହସ୍ତତନ୍ତ ଗ୍ୟାଲେରୀ। ଏଣେ ପ୍ରବାସୀଙ୍କ ପାଇଁ ଇ-ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯେଉଁଥିରେ 5ଟି ଡବଲ ଡେକର ବସ, 10ଟି ହଫ୍ ଅନ୍ ହଫ ଅଫ୍ ବସ୍ ଓ ୨୫ଟି ଶ୍ରୀମନ୍ଦିର ପ୍ରଶାସନର ବସ୍ ଚାଲିବ। ସେପଟେ ଆଜିଠୁ ୧୧ ତାରିଖ ଯାଏଁ ରାଜାରାଣୀ ମନ୍ଦିର ଠାରେ ରାଜାରାଣୀ ସଙ୍ଗୀତ ଉତ୍ସବ, ମୁକ୍ତେଶ୍ୱର ମନ୍ଦିରରେ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ-୨୦୨୫ ଏବଂ ରାଜ୍ୟ ସଂଗ୍ରହାଳୟ ଠାରେ ଲୋକ ନୃତ୍ୟ ଉତ୍ସବର ଆୟୋଜନ କରାଯାଇଛି। ଅନ୍ୟପଟେ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା ଦେବ ପ୍ରବାସୀଙ୍କୁ ରାଜ୍ୟ ଏବଂ ଦେଶର ଜନଜାତି କଳା ସଂସ୍କୃତିର ଜ୍ଞାନ।

Advertisment

ଅଧିକ ପଢ଼ନ୍ତୁ: କାଲିଠୁ ଭୁବନେଶ୍ବରରେ ପ୍ରବାସୀ ଭାରତୀୟଙ୍କ ମହାମେଳି, ସାମିଲ ହେବେ ପ୍ରାୟ ୪ ହଜାର ପ୍ରବାସୀ

Narendra Modi Mohan Charan Majhi
Advertisment
Advertisment