Advertisment

ପାଗ ଖରାପ, ଝାରସୁଗୁଡାରେ ଜରୁରୀ ଅବତରଣ କରିପାରେ ମୋଦିଙ୍କ ବିମାନ

ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରେ ସୁରକ୍ଷା କଡାକଡି

author-image
Prangyan Parimita
ଅଦ୍ୟତନ ହୋଇଛି
Narendra Modi

Narendra Modi

ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିପାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ। ଏଥିପାଇଁ ଝାରସୁଗୁଡା ବିମାନ ବନ୍ଦରର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି। ଝାରସୁଗୁଡା ବିମାନ ବନ୍ଦରକୁ ପୋଲିସ୍‌ ଓ ସେନା କର୍ମଚାରୀ ଘେରି ରହିଥିବା ବେଳେ ସନ୍ଧାନୀ କୁକୁର ଦ୍ୱାରା ତନ ତନ କରି ଯାଞ୍ଚ କରାଯାଉଛି । ଝାରସୁଗୁଡ଼ା ଜିଲ୍ଲାପାଳ, ଏସ୍‌ପି ଓ ଅନ୍ୟ ବରିଷ୍ଠ ଅଧିକାରୀ ବିମାନ ବନ୍ଦରରେ ଉପସ୍ଥିତ ଥିବା ବେଳେ ସେନାର ୩ଟି ହେଲିକପ୍ଟର ବି ପହଞ୍ଚି ସାରିଛି ।

Advertisment

ଓଡ଼ିଶା ଓ ଛତିଶଗଡରେ ଲଗାଣ ବର୍ଷା ଜାରି ରହିଛି। ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି ପ୍ରଧାନମନ୍ତ୍ରୀଙ୍କର। ଏବେ ମଧ୍ୟପ୍ରଦେଶରେ ପହଞ୍ଚି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ମୋଦି। ଏହାପରେ ଛତିଶଗଡ଼ ଆସିବେ। ତେବେ ଛତିଶଗଡ଼ ଆସିବା ସମୟରେ ଯଦି କୌଣସି ପ୍ରତିକୂଳ ପାଗ ଥାଏ, ତେବେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କ ବିମାନ ଜରୁରୀ ଅବତରଣ ହୋଇପାରେ ବୋଲି କୁହାଯାଉଛି।

ସମ୍ଭାବନାକୁ ଦେଖି ଝାରସୁଗୁଡା ବିମାନ ବନ୍ଦରରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମଧ୍ୟପ୍ରଦେଶ ବୀଣା କାର୍ଯ୍ୟକ୍ରମ ପରେ ଆଜି ଅପରାହ୍ନ ୩ଟା ୧୫ରେ ଛତିଶଗଡ଼ ରାୟଗଡ ଠାରେ ରେଳ ପ୍ରକଳ୍ପକୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ ମୋଦି।...

Advertisment
PM Narendra Modi
Advertisment
Advertisment