• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ନାମାଙ୍କନ ଦାଖଲ କଲେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ସାଙ୍ଗରେ ଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ନିତିନ ଗଡ଼କରୀ, ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ । ଖାଲି ସେତିକି ନୁହେଁ ତାଙ୍କ ସହ ଅନେକ ସହଯୋଗୀ ଦଳ ମଧ୍ୟ ଉପସ୍ଥିତ ଥିଲେ । ବିଜେଡି, YSR କଂଗ୍ରେସ, ଜେଡିୟୁ ପରି ଦଳ ରହିବେ ଦ୍ରୌପଦୀଙ୍କ ପ୍ରସ୍ତାବକ ରହିଛନ୍ତି । ପ୍ରଥମେ ଆଜି ସକାଳୁ କଡ଼ା ସୁରକ୍ଷା ମଧ୍ୟରେ ଓଡ଼ିଶା ଭବନରୁ ଯାଇ ସଂସଦ ଭବନରେ ପହଞ୍ଚିଥିଲେ ଦ୍ରୌପଦୀ ।

ଗତକାଲି ଦିଲ୍ଲୀରେ ପହଞ୍ଚିବା ପରେ ଦ୍ରୌପଦୀ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ । ପରେ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନାଡ୍ଡାଙ୍କୁ ଭେଟିଥିଲେ । ଦିଲ୍ଲୀରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା ।