Advertisment

ବରିଷ୍ଠ ନାଗରିକଙ୍କ ଭଳି ଜୀବନ୍ତ ଦେବତାଙ୍କ ଆଶୀର୍ବାଦଠାରୁ ମୂଲ୍ୟବାନ ଆଉ କିଛି ନୁହେଁ : ବୈଜୟନ୍ତ

ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ ଓ ଅନ୍ୟ ବିଭିନ୍ନ କାର୍ଯ୍ୟକ୍ରମ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଆସାମ ପ୍ରଭାରୀ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ମଙ୍ଗଳବାର ତିନି ଦିନିଆ ଆସାମ ଗସ୍ତ କରିଛନ୍ତି।

ଅଦ୍ୟତନ ହୋଇଛି
Baijayant Panda

Baijayant Panda

Advertisment

ଗୌହାଟୀ : ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ ଓ ଅନ୍ୟ ବିଭିନ୍ନ କାର୍ଯ୍ୟକ୍ରମ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଆସାମ ପ୍ରଭାରୀ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ମଙ୍ଗଳବାର ତିନି ଦିନିଆ ଆସାମ ଗସ୍ତ କରିଛନ୍ତି। ବୁଧବାର ଗୌହାଟୀଠାରେ ଆସାମ ବିଜେପିର ଦୁଇ ଦିନିଆ ବିଶାଳ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶ୍ରୀଯୁକ୍ତ ପଣ୍ଡା ଯୋଗ ଦେଇ କାର୍ଯ୍ୟକାରିଣୀକୁ ଉଦ୍‌ବୋଧନ ଦେଇଥିଲେ ଯେ ଏହି ବୈଠକ ରାଜ୍ୟ ପାଇଁ ଏକ ନୂତନ ପ୍ରାରମ୍ଭ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ ସନ୍ତୋଷଙ୍କ ମାର୍ଗଦର୍ଶନ ଓ ଆଶୀର୍ବାଦ ନେଇ ଏହି କାର୍ଯ୍ୟକାରିଣୀ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ ଯୋଜନା ତଥା ଦଳର ବିଭିନ୍ନ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇ ଆସୁଛି।

Advertisment

ସେବା ଓ ସମର୍ପଣ ଦିଗରେ ମଧ୍ୟ ଏହାର କାର୍ଯ୍ୟ ଉଲ୍ଲେଖନୀୟ ବୋଲି ଶ୍ରୀଯୁକ୍ତ ପଣ୍ଡା କହିଛନ୍ତି। ଦୁଇ ଦିନ ବ୍ୟାପି ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବିଜେପି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ ସନ୍ତୋଷ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା, ରାଷ୍ଟ୍ରମନ୍ତ୍ରୀ ରାମେଶ୍ୱର ତେଲି, ଆସାମ ବିଜେପି ସଭାପତି ଭାବେଶ କାଲିଟା, ସହ-ପ୍ରଭାରୀ ପବନ ଶର୍ମା, ସଂଗଠନ ମହମନ୍ତ୍ରୀ ଫଣୀନ୍ଦ୍ରନାଥ ଶର୍ମା, ଉତ୍ତର-ପୂର୍ବାଂଚଳ ସଂଗଠନ ମହାମନ୍ତ୍ରୀ ଅଜୟ ଜମୱାଲ ପ୍ରମୁଖ ଉପସ୍ଥିତ ଥିଲେ।

Advertisment

ଏହାପୂର୍ବରୁ ମଙ୍ଗଳବାର ଶ୍ରୀଯୁକ୍ତ ପଣ୍ଡା ଗୌହାଟୀ ପହଞ୍ଚିବା ପରେ ଦେଶବ୍ୟାପି ଚାଲିଥିବା ସେବା ଓ ସମର୍ପଣ ଅଭିଯାନ ଅନ୍ତର୍ଗତ ସ୍ଥାନୀୟ ଅମ୍ବିକାଗିରି ମେମୋରିଆଲ ଟ୍ରଷ୍ଟ ଦ୍ୱାରା ପରିଚାଳିତ “ଆମର ଘର” ବୃଦ୍ଧାଶ୍ରମ ଯାଇ ଫଳ ବଂଟନ ଭଳି ସେବା କାର୍ଯ୍ୟ କରିଥିଲେ। ବରିଷ୍ଠ ନାଗରିକଙ୍କ ଭଳି ଜୀବନ୍ତ ଦେବତାଙ୍କ ଆଶୀର୍ବାଦଠାରୁ ମୂଲ୍ୟବାନ ଆଉ କିଛି ନୁହେଁ ବୋଲି ଶ୍ରୀଯୁକ୍ତ ପଣ୍ଡା ଏହି ଅବସରରେ କହିଥିଲେ। ସେହିପରି ଏହି ଅଭିଯାନ ଅଧୀନରେ ସେ ଚାରାରୋପଣ ମଧ୍ୟ କରିଥିଲେ। ଏବଂ ପ୍ରଧାନମନ୍ତ୍ରୀଙ୍କ ଜୀବନରୁ ପ୍ରେରଣା ନେଇ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମସ୍ତେ ସାମିଲ ହେବାକୁ ଅନୁରୋଧ କରିଥିଲେ।

BJP Baijayant Panda
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ