Advertisment

General Election 2024: ବିଜ୍ଞାପନ ଜରିଆରେ ଅପରାଧର ପୂରା ବିବରଣୀ ଦେବେ ପ୍ରାର୍ଥୀ

ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ।

ଅଦ୍ୟତନ ହୋଇଛି
Candidates With Criminal Records

Candidates With Criminal Records

Advertisment

ଅପେକ୍ଷାର ଅନ୍ତ ଘଟିଲା। ଘୋଷଣା ହେଲା ୨୦୨୪ ସାଧାରଣ ନିର୍ବାଚନ ତାରିଖ। ଦିଲ୍ଲୀର ବିଜ୍ଞାନ ଭବନରେ ପ୍ରେସମିଟ୍‌ ଜରିଆରେ ନିର୍ବାଚନ କମିଶନଙ୍କ ଏନେଇ ଘୋଷଣା କରିଛନ୍ତି। ଓଡ଼ିଶା ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି CEC। ମୋଟ ୭ଟି ପର୍ଯ୍ୟାୟରେ ସାରା ଦେଶରେ ହେବ ଭୋଟ ଗ୍ରହଣ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ୨ୟ ପର୍ଯ୍ୟାୟ- ଏପ୍ରିଲ ୨୬, ୩ୟ ପର୍ଯ୍ୟାୟ- ମେ’ ୭, ଚତୁର୍ଥ ପର୍ଯ୍ୟାୟ- ମେ’ ୧୩, ୫ମ ପର୍ଯ୍ୟାୟ- ମେ’ ୨୦, ଷଷ୍ଠ ପର୍ଯ୍ୟାୟ- ମେ’ ୨୫, ସପ୍ତମ ପର୍ଯ୍ୟାୟ- ଜୁନ୍‌ ୧ରେ ହେବ। ଜୁନ୍‌ ୪ ମଙ୍ଗଳବାର ଦିନ ସାରା ଦେଶରେ ଲୋକସଭା ଓ ବିଧାନସଭା ଭୋଟ ଗଣତି ହେବ।

Advertisment

ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ ସିଇସି ରାଜୀବ କୁମାର। ସେ କହିଛନ୍ତି, ଚଳିତ ନିର୍ବାଚନରେ ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ। କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ ଦେଲେ, ତା’ର କାରଣ ଦର୍ଶାଇବେ।

ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି। ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ ରହିବ। ଭୋଟ ଗ୍ରହଣ ପାଇଁ ଦେଢ଼ କୋଟି ପୋଲିଂ ଅଫିସର ପ୍ରସ୍ତୁତ ରହିବେ। ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌। ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର। ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି। ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ। ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ରହିଛି। ଦେଶରେ ୪୯.୭ କୋଟି ପୁରୁଷ ଓ ୪୭.୧ କୋଟି ମହିଳା ଭୋଟର ରହିଛନ୍ତି।

Advertisment

ଏହାଛଡ଼ା ସେ କହିଛନ୍ତି, ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦିଆଯିବ। ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର। ଘରେ ଫର୍ମ ପହଞ୍ଚାଇ ଦିଆଯିବ, ପରେ ସଂଗ୍ରହ କରାଯିବ। 

ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ହେବ ଭୋଟ ଗ୍ରହଣ। ମେ’ ୧୩ରେ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। ଏହା ବ୍ୟତୀତ ମେ’ ୨୦ରେ ୩୫ଟି ବିଧାନସଭା ଆସନ, ମେ’ ୨୫ରେ ୪୨ଟି ବିଧାନସଭା ଆସନ ଓ ଜୁନ୍‌ ୧ରେ ୪୨ଟି ବିଧାନସଭା କ୍ଷେତ୍ରରେ ଭୋଟ ଗ୍ରହଣ ହେବ। ମେ’ ୧୩ରେ- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଜିଲ୍ଲାରେ ମତଦାନ ହେବ। ମେ’ ୨୦ରେ- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା..ମେ’ ୨୫ରେ- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଏବଂ ଜୁନ୍‌ ୧ରେ- ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ମତଦାନ ହେବ।

Advertisment
Election Commission General Elections 2024 People With Criminal Records Election Dates
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ