/odishatv-khabar/media/post_attachments/uploadimage/library/16_9/16_9_0/IMAGE_1682007614.jpg)
terrorist attack
ପୁଣି ଆତଙ୍କବାଦ ଆକ୍ରମଣରେ ଆଉ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ଆଜି ସେନା ବାହିନୀର ଗାଡ଼ିକୁ ଗ୍ରେନେଡ୍ ମାଡ଼ ଘଟଣାରେ ଜଣେ ଓଡ଼ିଆ ପୁଅ ସହିଦ ହୋଇଛନ୍ତି । ସହିଦ ହୋଇଥିବା ଯବାନଙ୍କ ନାଁ ଦେବାଶିଷ ବିଶ୍ୱାଳ । ତାଙ୍କ ଘର ପୁରୀ ଜିଲ୍ଲା ଅଳଗୁମା ପଞ୍ଚାୟତ ଖଣ୍ଡାୟତ ସାହିର ବୋଲି ଜଣାପଡ଼ିଛି ।
ସହିଦ ଯବାନ ଦେବାଶିଷଙ୍କ ବାପାଙ୍କ ନାଁ ପ୍ରତାପ ବିଶ୍ୱାଳ । ତାଙ୍କ ମା’ଙ୍କ ନାଁ ମମତା ବିଶ୍ୱାଳ । ୨୦୨୧ ମସିହା ଅକ୍ଷୟ ତୃତୀୟାରେ ବିବାହ କରିଥିଲେ ଦେବାଶିଷ । ସୁଶ୍ରୀ ସଙ୍ଗୀତା ବିଶ୍ୱାଳଙ୍କୁ ଦେବାଶିଷ ବିବାହ କରିଥିବାବେଳେ ତାଙ୍କର ଜଣେ ୭ ମାସର କନ୍ୟା ସନ୍ତାନ ରହିଛି ।
ଏହି ଆକ୍ରମଣରେ ରାଷ୍ଟ୍ରୀୟ ରାଇଫଲ୍ସର ୫ ଜଣ ଯବାନ ସହିଦ ହୋଇଥିଲେ । ସେମାନଙ୍କୁ କାଉଣ୍ଟର ଟେରରିଷ୍ଟ ଅପରେସନ୍ ପାଇଁ ସେଠାରେ ମୁତୟନ କରାଯାଇଥିଲା । ଏହି ଆକ୍ରମଣରେ ଜଣେ ଯବାନ ଗୁରୁତର ହୋଇଥିବା ବେଳେ ତାଙ୍କୁ ସେଠାରୁ ଉଦ୍ଧାର କରି ତୁରନ୍ତ ନିକଟସ୍ଥ ଆର୍ମି ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ।
ଜାମ୍ମୁ-କାଶ୍ମୀରର ରାଜୌରୀ ଇଲାକାରେ ଥିବା ଭିମ୍ବର ଗଲି ଏବଂ ପୁଞ୍ଛ ଘାଟି ରାସ୍ତାରେ ଯାଉଥିବା ବେଳେ ଅଚାନକ ଆତଙ୍କବାଦୀମାନେ ସେନା ଗାଡ଼ି ଉପରକୁ ଆକ୍ରମଣ କରିଥିଲେ । ଗାଡ଼ିକୁ ଆଖିବୁଜା ଗ୍ରେନେଡ୍ ମାଡ଼ କରିଥିଲେ ଆତଙ୍କବାଦୀ । ବର୍ଷା ଏବଂ ଲୋ-ଭିଜିବିଲିଟିର ଫାଇଦା ନେଇଥିଲେ ଆତଙ୍କବାଦୀ । ଏବେ ସେଠାରେ ଅଧିକ ଫୋର୍ସ ପହଞ୍ଚି ଜୋରଦାର ଅପରେସନ୍ ଆରମ୍ଭ କରିଛନ୍ତି ।

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)