/odishatv-khabar/media/post_attachments/uploadimage/library/16_9/16_9_0/IMAGE_1704369543.jpg)
Republic Day 2024
ଗଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀ କର୍ତ୍ତବ୍ୟପଥରେ ଏଥର ଦେଖିବାକୁ ମିଳିବ ଓଡ଼ିଶା ପ୍ରଜ୍ଞାପନ ମେଢ଼ । ସାଧାରଣତନ୍ତ୍ର ଦିବସ ପରେଡରେ ସ୍ଥାନ ପାଇଛି ଓଡ଼ିଆ ଶିଳ୍ପୀଙ୍କ ଦ୍ୱାରା ନିର୍ମିତ ଚିତାକର୍ଷକ ପ୍ରଜ୍ଞାପନ ମେଢ଼ । ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟର ଚିଠି ।
୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି । ମଡେଲ ମନୋନୀତ ସହ ଏ ସଂପର୍କୀତ ଗାଇଡଲାଇନ ନେଇ ଚିଠିରେ ଉଲ୍ଲେଖ ରହିଛି । ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ମଡେଲ ପଠାଯାଇଥିଲା । ରଘୁରାଜପୁର ଶିଳ୍ପୀଗ୍ରାମ ଓ ମହିଳା ସଶକ୍ତୀକରଣ ମଡେଲ ପଠାଯାଇଥିଲା ।
ଏନେଇ ଏକ ସୁନ୍ଦର ଡିଜାଇନ୍ ପଠାଇଥିଲେ ଶିଳ୍ପୀ କୀର୍ତ୍ତି କିଶୋର ମହାରଣା । ଏଥିରେ ରଘୁରାଜପୁର ଶିଳ୍ପୀଗ୍ରାମ ଓ ନାରୀ ସଶକ୍ତିକରଣକୁ ପ୍ରଦର୍ଶିତ କରାଯାଇଛି ଏବଂ ଏଥିରେ ସମ୍ବଲପୁରୀ ଗୀତ ମଧ୍ୟ ପରିବେଷିତ ହେବ ବୋଲି ସୂଚନା ମିଳିଛି । ବିଶିଷ୍ଟ ଚିତ୍ରଶିଳ୍ପୀ ଗଜେନ୍ଦ୍ର ସାହୁଙ୍କ ତତ୍ତ୍ୱାବଧାନରେ ଏହି ମଡେଲ୍ ପ୍ରସ୍ତୁତ ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)