/odishatv-khabar/media/post_attachments/uploadimage/library/16_9/16_9_0/IMAGE_1702575742.jpg)
Lalit Jha Surrender
ସଂସଦ ଭବନ ଗ୍ୟାସ୍ କାଣ୍ଡର ମାଷ୍ଟରମାଇଣ୍ଡ ଲଳିତ ଝା ଗିରଫ । ସଂସଦରେ ସୁରକ୍ଷା ତ୍ରୁଟି ମାମଲାରେ ଅନ୍ୟତମ ଅଭିଯୁକ୍ତ ତଥା ପୂରା ପ୍ଲାନିଂର ମାଷ୍ଟରମାଇଣ୍ଡ କୁହାଯାଉଥିବା ଲଳିତ ଝାକୁ ଗିରଫ କରିଛି ଦିଲ୍ଲୀ ପୋଲିସ । ସେ ନିଜ ଆଡ଼ୁ ଦିଲ୍ଲୀର କର୍ତ୍ତବ୍ୟପଥ ଥାନାରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ଆତ୍ମସମର୍ପଣ ପରେ ଲଳିତକୁ ଗିରଫ କରିଛି ପୋଲିସ୍ । ଏହାପରେ ତାକୁ ପଚରାଉଚରା ଚାଲିଥିବା ସୂଚନା ମିଳିଛି ।
ଘଟଣା ପରଠୁ ଫେରାର୍ ଥିଲା ଲଳିତ ଝା । ତାକୁ ଧରିବା ପାଇଁ ବ୍ୟାପକ ଖୋଳତାଡ଼ ଚଲାଇଥିଲା ଦିଲ୍ଲୀ ପୋଲିସ ସ୍ପେଶାଲ୍ ସେଲ୍ । ତା ବିରୋଧରେ ୟୁଏପିଏ ଆକ୍ଟରେ ମାମଲା ରୁଜୁ ହୋଇଥିବା ବେଳେ, ସେ ହିଁ ୨୦୦୧ ପାର୍ଲାମେଣ୍ଟ ଆଟାକ୍ ବର୍ଷପୂର୍ତ୍ତିରେ ଏଭଳି କାଣ୍ଡ ଭିଆଇବାକୁ ଯୋଜନା କରିଥିଲା ବୋଲି କୁହାଯାଉଛି।
ଖାଲି ଏତିକି ନୁହେଁ ସଂସଦ ଭବନ ପରିସରରୁ ଧରାପଡ଼ିଥିବା ମୋଟ ୪ ଅଭିଯୁକ୍ତଙ୍କ ଫୋନ୍ ମଧ୍ୟ ସେ ନିଜ ପାଖରେ ରଖିଥିଲା । ସେଥିରୁ ସେ ସମସ୍ତ ତଥ୍ୟ ନଷ୍ଟ କରିଦେଇଥିବା ଆଶଙ୍କା କରାଯାଉଛି । ଲଲିତ ଝା ହିଁ ଅନ୍ୟ ୫ ସହଯୋଗୀଙ୍କୁ ଭେଟିବା ପାଇଁ ଗୁରୁଗ୍ରାମ ଡକାଇଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)