Advertisment

କମିଲା ଅଶୋଧିତ ତୈଳ ଦର, ଏବେ କମିବ ପେଟ୍ରୋଲ-ଡିଜେଲ ଦର !

ଖୁବ୍‌ଶୀଘ୍ର ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇବାକୁ ଯାଉଛି । ଯାହାଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ଥି ମିଳିବ ।

ଅଦ୍ୟତନ ହୋଇଛି
Petrol and Diesel Prices May Reduce

Petrol Diesel

Advertisment

କମିବ ପେଟ୍ରୋଲ ଡିଜେଲ ଦର । ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇବା ପରେ ଏବେ ସାଧାରଣ ଖାଉଟିଙ୍କ ପାଇଁ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଇଛି । ଏନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ମଧ୍ୟ ସରିଛି । ଅଶୋଧିତ ତୈଳ ଦର ହ୍ରାସ ହେବା ପରେ ଓଏମ୍‌ସି ଅନେକ ଲାଭ ପାଇଛି ବୋଲି କୁହାଯାଇଛି । ତେଣୁ ଖୁବ୍‌ଶୀଘ୍ର ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇବାକୁ ଯାଉଛି । ଯାହାଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ଥି ମିଳିବ । 

Advertisment

ଏବେ ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପାଇଛି । ସୋମବାର ପେଟ୍ରୋଲ ମୂଲ୍ୟ ଲିଟର ପ୍ରତି ୨୮ ପଇସା ଓ ଡିଜେଲ ୨୭ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପ୍ରତି ୧୦୩.୪୭ ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ ରହିଛି ୯୫.୦୩ ଟଙ୍କା ରହିଛି ।

ଡିସେମ୍ବର ୧୦ ଅର୍ଥାତ୍ ରବିବାର ଭୁବନେଶ୍ୱରରେ ପେଟ୍ରୋଲ ୧୦୩.୧୯ ଟଙ୍କା ଓ ଡିଜେଲ ୯୪.୭୬ ଟଙ୍କା ଥିଲା । ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ ଲିଟର ପ୍ରତି ୯୬.୭୨ ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ ୮୯.୬୨ ଟଙ୍କା ରହିଛି ।

Advertisment

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Petrol Diesel
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ