/odishatv-khabar/media/post_attachments/uploadimage/library/16_9/16_9_0/IMAGE_1663385400.jpg)
PM Modi Birthday
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ୭୨ ବର୍ଷରେ ପଦାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରି ପ୍ରଧାନମନ୍ତ୍ରୀ ପଦରେ ବସିଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ମୋଦି । ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ ।
୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି । ୫ ଦଶନ୍ଧିର ରାଜନୈତିକ ଜୀବନ ମଧ୍ୟରେ ଅନେକ ଉତ୍ଥାନ ପତନ ଦେଖିଛନ୍ତି ମୋଦି। ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ହେବା ସହ ସେ ପ୍ରଥମ ବିଜେପି ନେତା ଯାହାଙ୍କ ନେତୃତ୍ୱରେ ୨୦୧୪ ଏବଂ ୨୦୧୯ରେ ଦଳ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାରରେ ବସିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁୁଇଟ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଅତୁଳନୀୟ ପରିଶ୍ରମ, କର୍ତ୍ତବ୍ୟନିଷ୍ଠା, ସୃଜନଶୀଳତା ଏବଂ ରାଷ୍ଟ୍ର ନିର୍ମାଣ ପାଇଁ ଜାରି ରଖିଥିବା ଅଭିଯାନକୁ ରାଷ୍ଟ୍ରପତି ପ୍ରଶଂସା କରିଛନ୍ତି । ଏହା ସହ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିଛନ୍ତି ।
प्रधानमंत्री नरेन्द्र मोदी जी को जन्मदिवस की हार्दिक बधाई व शुभकामनाएं। मेरी कामना है कि आप के द्वारा अतुलनीय परिश्रम, कर्तव्यनिष्ठा और सृजनशीलता के साथ किया जा रहा राष्ट्रनिर्माण का अभियान, आप के नेतृत्व में आगे बढ़ता रहे। मेरी शुभेच्छा है कि ईश्वर आपको स्वस्थ और दीर्घायु बनाए।
— President of India (@rashtrapatibhvn) September 17, 2022
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନିଜ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ଦେଶର ପ୍ରଗତି ଏବଂ ସୁଶାସନରେ ଅଦ୍ଭୂତପୂର୍ବ ସଫଳତା ଆଣିବା ସହ ବିଶ୍ୱରେ ଭାରତର ପ୍ରତିଷ୍ଠା ଓ ସ୍ୱାଭିମାନକୁ ନୂଆ ସ୍ତରକୁ ନେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁସ୍ଥ ଓ ନିରୋଗ ଜୀବନ କାମନା କରିଛନ୍ତି ରାଜନାଥ ।
भारत के यशस्वी प्रधानमंत्री, श्री @narendramodi को जन्मदिवस की हार्दिक बधाई एवं शुभकामनाएँ। उन्होंने अपने नेतृत्व से देश में प्रगति और सुशासन को अभूतपूर्व मज़बूती दी है और पूरे विश्व में भारत की प्रतिष्ठा और स्वाभिमान को नई ऊँचाई दी है। ईश्वर उन्हें स्वस्थ रखें और दीर्घायु करें।
— Rajnath Singh (@rajnathsingh) September 17, 2022
ସେପଟେ ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଟୁଇଟ କରି ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ସର୍ବପ୍ରିୟ ନେତା, ପ୍ରେରଣାଦାୟୀ ପ୍ରଧାନମନ୍ତ୍ରୀ ଭାବେ ଅଭିହିତ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପିଏମ୍ ମୋଦି, ଭାରତ ପ୍ରଥମ ନୀତି, ଗରିବ କଲ୍ୟାଣ ସଂକଳ୍ପ ସହ ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରି ଦେଖାଇଥିବା ଦର୍ଶାଇ ତାଙ୍କର ଉଚ୍ଚ ପ୍ରଶଂସା କରିଛନ୍ତି ।
देश के सर्वप्रिय नेता व हम सभी के प्रेरणास्त्रोत प्रधानमंत्री @narendramodi जी को जन्मदिवस की शुभकामनाएं देता हूँ और ईश्वर से उनके उत्तम स्वास्थ्य व सुदीर्घ जीवन की कामना करता हूँ।
मोदी जी ने अपनी भारत प्रथम की सोच व गरीब कल्याण के संकल्प से असंभव कार्यों को संभव करके दिखाया है।— Amit Shah (@AmitShah) September 17, 2022
ସେହିଭଳି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଦେଶ ବିକାଶ କରୁଛି, ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଧାନମନ୍ତ୍ରୀଙ୍କ ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି ବୈଜୟନ୍ତ ।
Warm birthday greetings to PM Shri @narendramodi.Your life has been full of hardship,dedication& kartavya;inspiring generations towards nation-building.
India continues to rise under your leadership.I pray to Mahaprabhu Jagannath for your good health & long life #HappyBdayModiJipic.twitter.com/xLa9PRung3
— Baijayant Jay Panda (@PandaJay) September 17, 2022
ଜନ୍ମଦିନ ଅବସରରେ ମୋଦିଙ୍କୁ ବିଶ୍ୱର କୋଣ ଅନୁକୋଣରୁ ଶୁଭେଚ୍ଛାର ସୁଅ ଛୁଟିଛି । ଦେଶର ଅନେକ ରାଜନେତା ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ମୋଦିଙ୍କ ଜନ୍ମଦିନ ଅବସରରେ ନାମିବ୍ୟାରୁ ୮ଟି ଚିତା ବାଘ ସ୍ୱତନ୍ତ୍ର ବିମାନ ଜରିଆରେ ଭାରତରେ ଆସି ପହଞ୍ଚିସାରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କୁନୋ ଜାତୀୟ ଉଦ୍ୟାନରେ ୫ ମାଈ ଓ ୩ଟି ଅଣ୍ଡିରା ଚିତାଙ୍କୁ ସ୍ୱାଗତ କରିବେ । ଦୀର୍ଘ ସାତ ଦଶନ୍ଧି ପରେ ଭାରତରୁ ଚିତା ବଂଶ ସଂପୂର୍ଣ୍ଣ ଲୋପ ପାଇଯାଇଥିବା ବେଳେ ଏବେ ଭାରତୀୟ ଜଙ୍ଗଲରେ ବୁଲିବେ ଚିତାବାଘ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)