• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ପଶ୍ଚିମ ଏସିଆ ବା ମଧ୍ୟପ୍ରାଚ୍ୟ ସ୍ଥିତିକୁ ନେଇ ମୋଦିଙ୍କ ଜରୁରୀ ବୈଠକ। ଗତରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଥିବା ସୂଚନା । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। 

ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହିତ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଯୋଗ ଦେଇଥିଲେ । 

ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମଧ୍ୟପ୍ରାଚ୍ୟର ସ୍ଥିତିକୁ ଗଭୀର ଚିନ୍ତାଜନକ ବୋଲି ଏହି ବୈଠକରେ ଦର୍ଶାଯାଇଛି । ଏଥିସହ ଏହି ସଂକଟ ଆହୁରି ବ୍ୟାପକ ହେଲେ, ବାଣିଜ୍ୟ, ତୈଳ, ପେଟ୍ରୋଲିୟମ ଉତ୍ପାଦ ସପ୍ଲାଏ ଚେନ୍ ଓ ଜାହାଜ ଚଳାଚଳ ଆଦି କ୍ଷେତ୍ରରେ ଭାରତକୁ କିଭଳି ଚାଲେଞ୍ଜର ସାମ୍ନା କରିବାକୁ ପଡ଼ିପାରେ, ସେସଂପର୍କରେ ଆଲୋଚନା ହୋଇଥିବା ସୂଚନା ମିଳିଛି । 

ଏଥିସହ ପ୍ରବାସୀ ଭାରତୀୟଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରସଙ୍ଗରେ ବି ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଥିବା କୁହାଯାଉଛି ।

OTV is now on Whatsapp

Join and get latest news update delivered to you via whatsapp

Join Now