• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଅଯୋଧ୍ୟା ଧାମ ଜଙ୍କସନ ରେଳଷ୍ଟେସନର ଉଦଘାଟନୀ ଅବସରରେ ଆଜି ମାଲଦା ଟାଉନ-ବେଙ୍ଗାଲୁରୁ ଅମୃତ ଭାରତ ଟ୍ରେନର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ଅଯୋଧ୍ୟାରୁ ଭିଡିଓ କନଫରେନସିଂ ଜରିଆରେ ମୋଟ ଛଅଟି ନୂତନ ବନ୍ଦେ ଭାରତ ଟ୍ରେନ୍ ଏବଂ ଦୁଇଟି ଅମୃତ ଭାରତ ଟ୍ରେନ୍ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଓଡ଼ିଶାରେ ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ, ବ୍ରହ୍ମପୁର ରେଳ ଷ୍ଟେସନ ଏବଂ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ, ବିଜୟନଗରମ ଏବଂ ବିଶାଖାପାଟନମ ଷ୍ଟେସନରେ ସାଂସଦ ଏବଂ ବିଧାୟକମାନେ ଟ୍ରେନକୁ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି । ଅମୃତ ଭାରତ ଟ୍ରେନ୍ ହେଉଛି ଦେଶର ଏକ ନୂତନ ଧରଣର ସୁପରଫାଷ୍ଟ ଯାତ୍ରୀବାହୀ ଟ୍ରେନ୍ । ଯେଉଥିରେ ଏକ ଅଣ-ଶୀତତାପ ନିୟନ୍ତ୍ରିତ କୋଚ୍ ସହିତ LHB କୋଚ ଦ୍ୱାରା ଚଳାଚଳ କରିବ ଯାହାକି ଏହା ପୁସ୍ ପୁଲ ଟ୍ରେନ୍ ଭାବେ ଉଭୟ ପାର୍ଶ୍ୱରେ ଇଂଜିନ ସହିତ ଚଳାଚଳ କରିବ ।

ଟ୍ରେନରେ ଯାତ୍ରୀଙ୍କ ପାଇଁ ସୁନ୍ଦର ତଥା ଆକର୍ଷଣୀୟ ଡିଜାଇନ୍ ସିଟ୍, ଉନ୍ନତ ଲଗେଜ୍ ର୍ୟାକ୍, ଉପଯୁକ୍ତ ମୋବାଇଲ୍ ଧାରକ ସହିତ ମୋବାଇଲ୍ ଚାର୍ଜିଂ ପଏଣ୍ଟ, ଏଲଇଡି ଲାଇଟ୍, ସିସିଟିଭି, ସର୍ବସାଧାରଣ ସୂଚନା ବ୍ୟବସ୍ଥା ଭଳି ଉନ୍ନତ ସୁବିଧା ରହିଛି ।

ସେପଟେ ସଜେଇ ହେଉଛି ଅଯୋଧ୍ୟା । ଜାନୁଆରୀ ୨୨ରେ ନବନିର୍ମିତ ଭବ୍ୟ ଓ ଦିବ୍ୟ ମନ୍ଦିରରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣପ୍ରତିଷ୍ଠା ହେବାକୁ ଥିବା ବେଳେ ଆଜି ସମସ୍ତ ପ୍ରସ୍ତୁତିର ସମୀକ୍ଷା ପାଇଁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ନବନିର୍ମିତ ମହର୍ଷି ବାଲ୍ମିକୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଉଦଘାଟନ, ନବୀକୃତ ଅଯୋଧ୍ୟା ଧାମ ଜଙ୍କସନ୍ ରେଲୱେ ଷ୍ଟେସନର ଲୋକାର୍ପଣ ଏବଂ ବନ୍ଦେ ଭାରତ ଓ ଅମୃତ ଭାରତ ଟ୍ରେନର ଶୁଭାରମ୍ଭ କରିବେ ମୋଦି ।

ଏଥିସହ ମୋଟ ୧୫ ହଜାର ୭୦୦ କୋଟିର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ ସହିତ ଅଯୋଧ୍ୟାରେ ଜନସଭାକୁ ସମ୍ବୋଧନ କରିବେ ମୋଦି । ଏହାସହ  ମୋଦିଙ୍କ ରୋଡ୍ ଶୋ' କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଅଯୋଧ୍ୟାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।