/odishatv-khabar/media/post_attachments/uploadimage/library/16_9/16_9_0/Gaganyaan_1709000301.jpg)
Gaganyaan
ଗଗନଯାନ ମିଶନକୁ ନେଇ ବଡ଼ ଅପଡେଟ୍ । ଆଜି ସାମ୍ନାକୁ ଆସିପାରେ ମହାକାଶ ଯିବାକୁ ଥିବା ୪ ଭାରତୀୟଙ୍କ ନାଁ । ଗଗନଯାନ ମିଶନ ପାଇଁ ପ୍ରଶିକ୍ଷିତ ୪ ପାଇଲଟଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି ।
ଏହି ମହାକାଶ ଅଭିଯାନର ସମୀକ୍ଷା ପାଇଁ କେରଳ ଥିରୁଅନନ୍ତପୁରମ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ୍ ସେଣ୍ଟର ଗସ୍ତ କରିବେ ମୋଦି । ଏହି ଅବସରରେ ଚୟନ ହୋଇଥିବା ୪ ପାଇଲଟଙ୍କୁ ଆଷ୍ଟ୍ରୋନଟ୍ ୱିଙ୍ଗରେ ସମ୍ମାନିତ କରିପାରନ୍ତି ପ୍ରଧାନମନ୍ତ୍ରୀ । ଏହି ମହାକାଶଚାରୀମାନଙ୍କୁ ବ୍ୟୋମନଟ୍ କୁହାଯିବ ବୋଲି ଚର୍ଚ୍ଚା ହେଉଛି ।
ସେମାନେ ରୁଷିଆରେ ୧ ବର୍ଷ ପ୍ରଶିକ୍ଷଣ ନେଇ ଭାରତ ଫେରିଛନ୍ତି । ଗଗନଯାନ ମିଶନର ପ୍ରଥମ ପର୍ଯ୍ୟାୟରେ କୌଣସି ମହାକାଶଚାରୀ ସାମିଲ ହେବେ ନାହିଁ । କେବଳ ଏକ ରୋବଟ ବ୍ୟୋମମିତ୍ରକୁ ମହାକାଶ ପଠାଯିବ । ତେବେ ୨୦୨୫ ସୁଦ୍ଧା ୩ ଜଣ ଭାରତୀୟ ମହାକାଶଚାରୀଙ୍କୁ ସ୍ପେଶ୍ ମିଶନରେ ପଠାଇବାକୁ ଲକ୍ଷ୍ୟ ରଖିଛି ଇସ୍ରୋ ।
ଆଜି ପ୍ରଧାନମନ୍ତ୍ରୀ ମୋଦି ୧୮ଶହ କୋଟି ଟଙ୍କାର ୩ଟି ମହାକାଶ ଗବେଷଣା ସଂପର୍କିତ ଭିତ୍ତିଭୂମି ଉଦଘାଟନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ସେଗୁଡ଼ିକ ହେଲା ଶ୍ରୀହରିକୋଟାରେ PSLV ଇଣ୍ଟିଗ୍ରେସନ ଫ୍ୟାସିଲିଟି, ମହେନ୍ଦ୍ରଗିରିରେ ସେମି-କ୍ରାୟୋଜେନିକ ଇଣ୍ଟିଗ୍ରେଟେଡ୍ ଇଞ୍ଜିନ୍ ଆଣ୍ଡ୍ ଷ୍ଟେଜ୍ ଟେଷ୍ଟ୍ ଫ୍ୟାସିଲିଟି ଏବଂ ଥିରୁଅନନ୍ତପୁରମରେ ଟ୍ରାଇସୋନିକ ୱିଣ୍ଡ୍ ଟନେଲ୍ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)