Advertisment

ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଭେଟି, ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ

୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ।

author-image
Sonali Ojha
ଅଦ୍ୟତନ ହୋଇଛି
PM Modi to Inaugurate Railway Infrastructure Projects

PM Modi

ଆଜି ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି ।ଅପରାହ୍ନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ଏସବୁ ପ୍ରକଳ୍ପ ଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ।

Advertisment

ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୫୫୩ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିବେ। ୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଗୋମତୀ ନଗର ଷ୍ଟେସନକୁ ଉଦଘାଟନ କରିବେ ।

ଏହି ଷ୍ଟେସନକୁ ପ୍ରାୟ ୩୮୫ କୋଟି ଟଙ୍କା ବ୍ୟୟରେ ପୁନଃବିକଶିତ କରାଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର କାର୍ଯ୍ୟକ୍ରମ ରହିଛି । ୨୪ ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ବ୍ୟାପିଥିବା ଏହି ସଡ଼କ ଓଭର ବ୍ରିଜ୍ ଏବଂ ଅଣ୍ଡରପାସ୍ ପ୍ରକଳ୍ପଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ୨୧,୫୨୦ କୋଟି ଟଙ୍କା ରହିଛି।

Advertisment
PM Narendra Modi Railway Infrastructure
Advertisment
Advertisment