/odishatv-khabar/media/post_attachments/uploadimage/library/16_9/16_9_0/IMAGE_1648178149.jpg)
PM Modi to interact with students in 'Pariksha Pe Charcha' on April 1
ଏପ୍ରିଲ ପହିଲାରେ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ । ଦେଶର ବିଭିନ୍ନ ପ୍ରାନ୍ତର ଛାତ୍ରଛାତ୍ରୀମାନଙ୍କ ସହ ଏହି ଦିନ ପରୀକ୍ଷା ସମ୍ପର୍କରେ ଭାବ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟଠାରୁ ପକ୍ଷରୁ ଏହି ସୂଚନା ମିଳିଛି । ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ମୋଦିଙ୍କ ସହ ଛାତ୍ରଛାତ୍ରୀଙ୍କ ବ୍ୟତୀତ ଅଭିଭାବକ ଓ ଶିକ୍ଷକ ମଧ୍ୟ ଯୋଡ଼ି ହୋଇ ଚାପ ମୁକ୍ତ ପରୀକ୍ଷା ସମ୍ପର୍କରେ ନିଜ ନିଜର ଅଭିମତ ପ୍ରଦାନ କରିପାରିବେ ।
ଏହାସହ ଗତ ଡିସେମ୍ବର ଓ ଜାନୁଆରୀ ମାସରେ ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଅନଲାଇନ୍ରେ ଏକ କ୍ରିଏଟିଭ୍ ରାଇଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଦେଶର କୋଣ ଅନୁକୋଣରୁ ପ୍ରାୟ ୧୫ଲକ୍ଷରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ ।
ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ତିନିଟି ଏଡିସନ୍ ଦିଲ୍ଲୀର ଟାଉନ୍ ହଲ୍ରେ ଅନୁଷ୍ଠିତ ହୋଇଥିବାବେଳେ କରୋନ ଯୋଗୁଁ ଚତୁର୍ଥ ସଂସ୍କରଣ ଗତବର୍ଷ ଏପ୍ରିଲ ୧୭ରେ ଅନଲାଇନ୍ରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ସହ ଶିକ୍ଷାବିତ୍ ପିଲାଙ୍କୁ ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଟିପ୍ସ ଦେବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)