Advertisment

'୧୪୦ କୋଟି ଭାରତୀୟଙ୍କ ଇଜ୍ଜତ ଯାଇଛି, କୌଣସି ଅଭିଯୁକ୍ତକୁ ଛଡ଼ାଯିବନି'

ମଣିପୁରରେ ଦୁଇ ଜଣ ମହିଳାଙ୍କୁ ଉଲଗ୍ନ କରି ଚଲାଇବା ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେବା ପରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।

ଅଦ୍ୟତନ ହୋଇଛି
PM Modi Condemns Manipur Incident

PM narendra modi first remarks on Manipur amid shocking video

Advertisment

ମଣିପୁର ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯାହା ଘଟିଛି, ତାକୁ କୌଣସି ସଭ୍ୟ ସମାଜ ଗ୍ରହଣ କରିବେନି। ମହିଳାମାନଙ୍କ କ୍ଷେତ୍ରରେ ଯାହା ଘଟିଛି, କାହାକୁ ଛଡ଼ାଯିବନି। ସମଗ୍ର ଘଟଣାରେ ୧୪୦ କୋଟି ଭାରତୀୟଙ୍କ ଇଜ୍ଜତ ଯାଇଛି। 

Advertisment

ସେ ଆହୁରି କହିଛନ୍ତି ଯେ ଯାହା ଘଟିଲା ମୋତେ ଗଭୀର ଆଘାତ ଦେଇଛି। କୌଣସି ବି ଅଭିଯୁକ୍ତଙ୍କୁ ଛଡ଼ାଯିବନି। ମଣିପୁର ଘଟଣା ଅତ୍ୟନ୍ତ ଲଜ୍ଜାଜନକ। ମାଆ ଓ ଭଉଣୀଙ୍କ ସୁରକ୍ଷା ପାଇଁ ସବୁ ବ୍ୟବସ୍ଥା କରିବୁ। ସବୁ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଆଇନଶୃଙ୍ଖଳା ମଜଭୁତ କରନ୍ତୁ। ରାଜନୀତିରୁ ଊର୍ଦ୍ଧ୍ବରେ ରହି ନାରୀଙ୍କ ସମ୍ମାନ ପ୍ରତି ଗୁରୁତ୍ବ ଦିଅନ୍ତୁ।

ମଣିପୁରରେ ଦୁଇ ଜଣ ମହିଳାଙ୍କୁ ଉଲଗ୍ନ କରି ଚଲାଇବା ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେବା ପରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ମଣିପୁର ପୋଲିସ ଘଟଣାକୁ ଗୁରୁତର ସହ ନେଇଛି । ଗଣଦୁଷ୍କର୍ମ, ଅପହରଣ  ଓ ହତ୍ୟା ମାମଲା ରୁଜୁ କରି ମଣିପୁର ପୋଲିସ ଛାନଭିନ୍ କରୁଛି ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂ ମାମାଲାର ପ୍ରାଥମିକତା ଭିତ୍ତିରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଘଟଣା ସମ୍ପର୍କରେ ମଣିପୁର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି।

Advertisment

ଏଥିସହ ବର୍ବରୋଚିତ ଓ ଅମାନୁଷିକ କାଣ୍ଡର ନିନ୍ଦା କରିଛନ୍ତି । ଗତ ମେ ମାସ ୪ ତାରିଖରେ ମଣିପୁର କାଙ୍ଗପୋକପି ଜିଲ୍ଲାରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେଇଥିଲେ । ଏପରିକି ଦୁଇ ମହିଳାଙ୍କୁ ପରେ ଗଣଦୁଷ୍କର୍ମ କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଛି । ସେପଟେ ମଣିପୁର ଭିଡିଓ ଭାଇରାଲକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଟ୍ବିଟର ବିରୋଧରେ କାଯ୍ୟାନୁଷ୍ଠାନ ନିଆଯାଇପାରେ । ଏହି ଭିଡିଓ ଭାଇରାଲ ହେବା ଦ୍ବାରା ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଥିଲା । ମଣିପୁରରେ ସଂରକ୍ଷଣକୁ ନେଇ ଦୁଇ ସମ୍ପ୍ରଦାୟ କୁକି ଓ ମାଇତି ମଧ୍ୟରେ ବିବାଦ ଉଗ୍ରରୂପ ନେଇଥିଲା । ଏଥିଯୋଗୁଁ ବ୍ୟାପକ ହିଂସା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା।

Advertisment
PM Narendra Modi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ