୫ ରାଜ୍ୟ ପାଇଁ ବାଜିଲା ନିର୍ବାଚନ ବିଗୁଲ; ଡିସେମ୍ବର ୩ରେ ହେବ ଗଣତି

କେବଳ ଛତିଶଗଡ଼ରେ ୨ଟି ପର୍ଯ୍ୟାୟରେ ନିର୍ବାଚନ ହେବ ବୋଲି କୁହାଯାଇଛି । ୪ଟି ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ । ମିଜୋରାମରେ ନଭେମ୍ବର ୭ ତାରିଖରେ ଭୋଟ ଗ୍ରହଣ ହେବାକୁଥିବାବେଳେ ଛତିଶଗଡ଼ରେ ନଭେମ୍ବର ୭ ଓ ୧୭ ତାରିଖରେ ଭୋଟ ଗ୍ରହଣ କରାଯିବ । 

ବାଜିଲା ନିର୍ବାଚନ ବିଗୁଲ


୫ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଦିଲ୍ଲୀରେ ପ୍ରେସ୍‌ କନ୍‌ଫରେନ୍ସ କରି ୫ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ । ମିଜୋରାମ, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନା ପାଇଁ ତାରିଖ ଘୋଷଣା କରାଯାଇଛି ।

ନିର୍ଦ୍ଧାରିତ ସମୟ ଅନୁସାରେ ଆଜି ମଧ୍ୟାହ୍ନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ଆୟୋଗ ଡିସେମ୍ବର ୩ ତାରିଖରେ ୫ ରାଜ୍ୟ ବିଧାନସଭା ଭୋଟ ଗଣତି ହେବାନେଇ ସୂଚନା ଦେଇଛନ୍ତି । ତାହା ସହ ୫ ରାଜ୍ୟରେ ହେବାକୁ ଥିବା ନିର୍ବାଚନର ତାରିଖ ଘୋଷଣା କରିଛନ୍ତି । 

କେବଳ ଛତିଶଗଡ଼ରେ ୨ଟି ପର୍ଯ୍ୟାୟରେ ନିର୍ବାଚନ ହେବ ବୋଲି କୁହାଯାଇଛି ।

ଅନ୍ୟ ସମସ୍ତ ୪ଟି ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ । ମିଜୋରାମରେ ନଭେମ୍ବର ୭ ତାରିଖରେ ଭୋଟ ଗ୍ରହଣ ହେବାକୁଥିବାବେଳେ ଛତିଶଗଡ଼ରେ ନଭେମ୍ବର ୭ ଓ ୧୭ ତାରିଖରେ ଭୋଟ ଗ୍ରହଣ କରାଯିବ । 

ସେହିପରି ମଧ୍ୟପ୍ରଦେଶରେ ନଭେମ୍ବର ୧୭ରେ ଭୋଟ ଗ୍ରହଣ ହେବ । ରାଜସ୍ଥାନରେ ନଭେମ୍ବର ୨୩ରେ ନିର୍ବାଚନ ହେବ ବୋଲି ସୂଚନା ଦିଆଯାଇଛି । ତେଲେଙ୍ଗାନାରେ ନଭେମ୍ବର ୩୦ରେ ଭୋଟ ଗ୍ରହଣ କରାଯିବା ନେଇ ସୂଚନା ଦେଇଛନ୍ତି ନିର୍ବାଚନ ଆୟୋଗ ।