• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ବାୟୁସେନାର ଯୁଦ୍ଧ ବିମାନ ସୁଖୋଇ-୩୦ରେ ଉଡ଼ିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସାମର ତେଜପୁର ଏୟାର ଫୋର୍ସ ଷ୍ଟେସନରୁ ସୁଖୋଇ ୩୦ର କୋ ପାଇଲଟ୍ ସିଟରେ ସେ ଉଡ଼ାଣ ଭରିଛନ୍ତି । କିଛି ସମୟ ପାଇଁ ଆକାଶ ମାର୍ଗରେ ବୁଲିବେ ମହାମହିମ ।

ରାଷ୍ଟ୍ରପତିଙ୍କୁ ତେଜପୁର ଏୟାରଫୋର୍ସ ଷ୍ଟେସନରେ ଗାର୍ଡ ଅଫ୍ ଅନର ଦିଆଯାଇଛି । ସୁଖୋଇ-୩୦ ହେଉଛି ଭାରତୀୟ ବାୟୁସେନାର ବିଶିଷ୍ଟ ଯୁଦ୍ଧ ବିମାନ । ଏହା ଘଣ୍ଟାକୁ ୨ ହଜାର କିଲୋମିଟରରୁ ଅଧିକ ଗତି କରିପାରେ । ଏହାର କମ୍ବାଟ ରେଞ୍ଜ ହେଉଛି ୩ ହଜାର କିଲୋମିଟର । ଏଥିରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ମଧ୍ୟ ରହିଛି । ବ୍ରହ୍ମୋସ୍ ପରି ସୁପର ସୋନିକ କ୍ଷେପଣାସ୍ତ୍ର ମଧ୍ୟ ରହିଛି ।

 

ତିନି ସେନାର ସୁପ୍ରିମ୍ କମାଣ୍ଡର ଥିବା ରାଷ୍ଟ୍ରପତିଙ୍କୁ ଦେଶର ସାମରିକ ଶକ୍ତି, ଅସ୍ତ୍ରଶସ୍ତ୍ର ଓ ରଣନୀତି ସଂପର୍କରେ ଅବଗତ କରାଯାଇଥାଏ । ଏହା ଆଗରୁ ରାଷ୍ଟ୍ରପତି ଥିବା ବେଳେ ରାମନାଥ କୋବିନ୍ଦ, ପ୍ରତିଭା ପାଟିଲ ଓ ଏପିଜେ ଅବଦୁଲ କଲାମ ମଧ୍ୟ ଯୁଦ୍ଧ ବିମାନରେ ଉଡ଼ିଥିଲେ।