• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୬ ଓ ୨୭ ତାରିଖରେ ରାଷ୍ଟ୍ରପତିଙ୍କର ଓଡ଼ିଶାରେ ଦୁଇଟି କାର୍ଯ୍ୟକ୍ରମ ରହିଛି । ୨୬ରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ।

ସେହିଭଳି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଉତ୍ସବରେ ଯୋଗଦେବା ଲାଗି ୨୭ ତାରିଖରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି ।

ସୂଚନାଯୋଗ୍ୟ, ମେ’ ୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଆସିଥିଲେ। ୪ ତାରିଖରେ ଶ୍ରୀମତୀ ମୁର୍ମୁ ନିଜ ଜନ୍ମମାଟି ରାଇରଙ୍ଗପୁର ଗସ୍ତରେ ଯାଇ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେହିପରି ୫ ତାରିଖରେ ରାଷ୍ଟ୍ରପତି ଶିମିଳିପାଳ ଅଭୟାରଣ୍ୟ ବୁଲିବାକୁ ଯାଇଥିଲେ। ୬ ତାରିଖରେ ଶ୍ରୀମତୀ ମୁର୍ମୁ ବାରିପଦାର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯାଇଥିଲେ।

OTV is now on Whatsapp

Join and get latest news update delivered to you via whatsapp

Join Now