President Droupadi Murmu
ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୬ ଓ ୨୭ ତାରିଖରେ ରାଷ୍ଟ୍ରପତିଙ୍କର ଓଡ଼ିଶାରେ ଦୁଇଟି କାର୍ଯ୍ୟକ୍ରମ ରହିଛି । ୨୬ରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉତ୍ସବର ଉଦ୍ଯାପନୀ ସମାରୋହ ଅନୁଷ୍ଠିତ ହେବ । ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ।
ସେହିଭଳି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଉତ୍ସବରେ ଯୋଗଦେବା ଲାଗି ୨୭ ତାରିଖରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି ।
ସୂଚନାଯୋଗ୍ୟ, ମେ’ ୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଆସିଥିଲେ। ୪ ତାରିଖରେ ଶ୍ରୀମତୀ ମୁର୍ମୁ ନିଜ ଜନ୍ମମାଟି ରାଇରଙ୍ଗପୁର ଗସ୍ତରେ ଯାଇ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେହିପରି ୫ ତାରିଖରେ ରାଷ୍ଟ୍ରପତି ଶିମିଳିପାଳ ଅଭୟାରଣ୍ୟ ବୁଲିବାକୁ ଯାଇଥିଲେ। ୬ ତାରିଖରେ ଶ୍ରୀମତୀ ମୁର୍ମୁ ବାରିପଦାର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯାଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1689221060.jpg)