• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

‘ନର ରୂପୀ ନାରାୟଣ ହେଉଛନ୍ତି ଡାକ୍ତର । ସେମାନେ ଜୀବନ ଦେଇଥାନ୍ତି । ସେମାନେ ଯନ୍ତ୍ରଣା ଦୂର କରିଥାନ୍ତି । ଏଭଳି ଶକ୍ତି ଆଉ କାହା ପାଖରେ ନଥାଏ ।’

ଆଜି SCB ମେଡିକାଲ କଲେଜ ବାର୍ଷିକ ଉତ୍ସବରେ ଯୋଗଦେଇ ଡାକ୍ତରଙ୍କ ବିଷୟରେ ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ କହିଛନ୍ତି ‘କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍‌ସିବିର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହା ଆଜି ଭାରତର ଅଗ୍ରଣୀ ମେଡିକାଲ କଲେଜ ଓ ହସ୍ପିଟାଲ । ସାରା ଦେଶରେ ଆଜି ଏହି ଅନୁଷ୍ଠାନର ପ୍ରସିଦ୍ଧି ରହିଛି ।’

‘ଆଜି ଏସ୍‌ସିବି ମେଡିକାଲ କଲେଜ ଏକ ମିନି ଇଣ୍ଡିଆ ଭାବେ ପରିଚିତ । ମୋ ବିଚାରରେ ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ । ଡାକ୍ତର, ଶିକ୍ଷକ ଓ ଓକିଲଙ୍କୁ ଗାଁ ଗହଳିରେ ଭଗବାନ ବୋଲି ମାନିଥାନ୍ତି ଲୋକେ ।’ ଏହାସହ ଡାକ୍ତର ପ୍ରବୀଣ ହେବା ସହ ଲୋକଙ୍କ ପ୍ରତି ଦରଦ ଥିବା ଆବଶ୍ୟକ ବୋଲି ମଧ୍ୟ କହିଛନ୍ତି ରାଷ୍ଟ୍ରପତି ।

ଅଧିକ ପଢ଼ନ୍ତୁ: ଜରିପାଲ ଘେରା ଛାତ ତଳେ ଭାଷଣ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡାକ୍ତରଙ୍କୁ ନରରୂପୀ ନାରାୟଣ କୁହାଯାଇଥାଏ ବୋଲି ରାଷ୍ଟ୍ରପତି କହିବା ସହ ଅନ୍ୟମାନେ ଲୋକଙ୍କ ସେବା କରିପାରିବେ, କିନ୍ତୁ ଯନ୍ତ୍ରଣା ଦୂର କରିପାରିବେନି । କେବଳ ଜଣେ ଡାକ୍ତର ହିଁ ଲୋକଙ୍କ ଯନ୍ତ୍ରଣା ଦୂର କରିପାରିବେ ବୋଲି ସେ କହିଛନ୍ତି । ସେହିଭଳି ଡାକ୍ତରଙ୍କ ପାଇଁ ଲୋକଙ୍କ ଆୟୁ ବଢ଼ିଛି, ମାତୃଶିଶୁ ମୃତ୍ୟୁହାର ବି କମିଛି । ଡାକ୍ତରଙ୍କ ପାଇଁ ଆମେ ବହୁମୂଲ୍ୟ ଜୀବନ ବଞ୍ଚାଇ ପାରିଛୁ । ରୋଗୀ ସେବା ଭଳି ଗବେଷଣା ମଧ୍ୟ ମେଡିକାଲ ସାଇନ୍ସରେ ଜରୁରୀ ବୋଲି ମାଡାମ ଦ୍ରୌପଦୀ କହିଛନ୍ତି ।

ରୋଗୀକୁ ଔଷଧ ଲେଖିବା ଭଳି ଔଷଧ ବାହାର କରିବା ବି ଗୁରୁତ୍ୱପୂର୍ଣ୍ଣ । ଔଷଧ ବାହାର କରି ନୋବେଲ ପୁରସ୍କାର ପାଇବାକୁ ରାଷ୍ଟ୍ରପତି ଆହ୍ୱାନ ଦେଇଛନ୍ତି ।