/odishatv-khabar/media/post_attachments/uploadimage/library/16_9/16_9_0/IMAGE_1681992904.jpg)
President of India
ବାରିପଦା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ମେ’ ମାସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଆସିବା ନେଇ ସୂଚନା ମିଳିଛି । ବାରିପଦା MSCB ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
Advertisment
ମେ’୯ରେ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀଙ୍କ ଚିଠି ଆସିଥିବା ଜଣାପଡ଼ିଛି ।
ପୂର୍ବରୁ ଗତମାସ ଅର୍ଥାତ ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିଥିଲେ ରାଷ୍ଟ୍ରପତି ଦ୍ରୌବଦୀ ମୁର୍ମୁ । ରାଷ୍ଟ୍ରପତି ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ବିମାନବନ୍ଦରରୁ ସିଧାସଳଖ ରାଜଧାନୀର ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ପରେ ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହୋଇଥିଲେ । ଫେବ୍ରୁଆରୀ ୧୧ତାରିଖରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବାପରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)