/odishatv-khabar/media/post_attachments/uploadimage/library/16_9/16_9_0/IMAGE_1739457155.jpg)
President's Rule In Manipur
ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ । ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି । ଗତ ୯ ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ ସିଂହ । ୨ ବର୍ଷ ଧରି ମଣିପୁରରେ ଦୁଇ ସଂପ୍ରଦାୟ ମଧ୍ୟରେ ସଂଘର୍ଷ ଲାଗିରହିଛି ।
ବିଧାନସଭା ଅଧିବେଶନ ଆରମ୍ଭ ହେବାର ଦିନକ ପୂର୍ବରୁ ଇସ୍ତଫା ଦେଇଥିଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍.ବୀରେନ୍ ସିଂହ । ସେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ ମଣିପୁର ରାଜ୍ୟ ରାଜନୀତି ସରଗରମ ହୋଇଥିଲା । ମଣିପୁର ମୁଖ୍ୟମନ୍ତ୍ରୀ ଏନ୍.ବୀରେନ୍ ସିଂହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବା ପରେ ୯ ତାରିଖ ସନ୍ଧ୍ୟା ବେଳେ ରାଜ ଭବନ ଯାଇ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।
ତାଙ୍କ ସହିତ ରାଜ୍ୟ ବିଜେପି ସଭାପତି ଏନ୍. ଶାରଦା, ବିଜେପି ଉତ୍ତର-ପୂର୍ବ ମଣିପୁର ପ୍ରଭାରୀ ସମ୍ୱିତ ପାତ୍ର ଓ ୧୯ ଜଣ ବିଧାୟକ ଯାଇଥିଲେ । ସୂଚନା ଥାଉକି ମଣିପୁରରେ କୁକି ଓ ନାଗା ସମ୍ପ୍ରଦାୟ ମଧ୍ୟରେ ଜାତିଗତ ହିଂସା ଘଟି ପ୍ରାୟ ଦୁଇ ବର୍ଷ ଧରି ଏଠାରେ ନିଆଁ ଜଳୁଛି । ଦୀର୍ଘ ଦିନ ଧରି ବିରୋଧୀ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ ଦାବି କରୁଥିଲେ । ତେବେ ରବିବାର ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବା ପରେ ଆଜି ରାଷ୍ଟ୍ରପତି ଶାସନ ଲାଗୁ କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)