Advertisment

ଯେଉଁଠି ବଢୁଛି କରୋନା ମାମଲା ସେଇଠି ନିଆଯିବ ପଦକ୍ଷେପ : ମୋଦୀ

ଦେଶରେ ତୃତୀୟ ଲହର ରୋକିବାକୁ କଡ଼ା ପଦକ୍ଷେପ ଜରୁରୀ । ଟେଷ୍ଟ, ଟ୍ରାକ୍, ଟ୍ରିଟ୍ ଏବଂ ଟିକାକୁ ଗୁରୁତ୍ୱର ସହ ଆଗକୁ ବଢ଼ାଇବାକୁ ହେବ। ୬ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆଜି କିଛି ଏଭଳି ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୋଭିଡ୍ ସ୍ଥିତିର ସମୀକ୍ଷା କରିବା ସହ ଏହାର ମୁକାବିଲାକୁ ନେଇ ମନ୍ତ୍ର ଦେଇଛନ୍ତି ।

author-image
Pramod Behera
ଅଦ୍ୟତନ ହୋଇଛି
ଯେଉଁଠି ବଢୁଛି କରୋନା ମାମଲା ସେଇଠି ନିଆଯିବ ପଦକ୍ଷେପ : ମୋଦୀ

Narendra Modi

ନୂଆଦିଲ୍ଲୀ : ଦେଶରେ ତୃତୀୟ ଲହର ରୋକିବାକୁ କଡ଼ା ପଦକ୍ଷେପ ଜରୁରୀ । ଟେଷ୍ଟ, ଟ୍ରାକ୍, ଟ୍ରିଟ୍ ଏବଂ ଟିକାକୁ ଗୁରୁତ୍ୱର ସହ ଆଗକୁ ବଢ଼ାଇବାକୁ ହେବ। ୬ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆଜି କିଛି ଏଭଳି ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୋଭିଡ୍ ସ୍ଥିତିର ସମୀକ୍ଷା କରିବା ସହ ଏହାର ମୁକାବିଲାକୁ ନେଇ ମନ୍ତ୍ର ଦେଇଛନ୍ତି ।

Advertisment

୬ ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଛି । ଗତ ଦୁଇ ସପ୍ତାହରେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ୮୦ ପ୍ରତିଶତ ଆକ୍ରାନ୍ତ ଓ ୮୪ ପ୍ରତିଶତ ମୃତ୍ୟୁ ଏହି ରାଜ୍ୟରୁ ରେକର୍ଡ ହୋଇଛି। ବିଶେଷଭାବେ ମହାରାଷ୍ଟ୍ର ଓ କେରଳରେ ବଢ଼ୁଥିବା ସଂକ୍ରମଣ ଏବେ ଗଭୀର ଚିନ୍ତାର କାରଣ ହୋଇଥିବା କହିଛନ୍ତି ପ୍ରଧାନମନ୍ତ୍ରୀ । ଦ୍ୱିତୀୟ ଲହର ବେଳେ ସମାନ ପରିସ୍ଥିତି ଉପୁଜିଥିଲା। ତେଣୁ ବେଳ ଥାଉ ଥାଉ ସଜାଗ ହେବା ସହ କଟକଣା କଡ଼ା କରିବାକୁ ହେବ। ରାଜ୍ୟ ସରକାରମାନେ ଗ୍ରାମାଞ୍ଚଳକୁ ଫୋକସ୍ କରି ଟେଷ୍ଟିଂ, ଟ୍ରାକିଂ ଓ ଟ୍ରିଟ୍‌ମେଣ୍ଟ୍‌ କରିବାକୁ ମୋଦି କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଟିକା ଯେପରି ସମସ୍ତ ଲୋକଙ୍କୁ ମିଳିବ ସେନେଇ ବ୍ୟବସ୍ଥା କରାଯାଉ। ଆର୍ଟିପିସିଆର୍ ଟେଷ୍ଟକୁ ଗୁରୁତ୍ୱ ଦିଆଯାଉ। କିପରି ଶିଶୁଙ୍କୁ କରୋନା ଦାଉରୁ ସୁରକ୍ଷିତ ରଖାଯିବ, ତାହା ଏବେ ଭାରତ ସମେତ ସାରା ବିଶ୍ୱ ପାଇଁ ମୁଖ୍ୟ ଚିନ୍ତା ପାଲଟିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ୍‌ ସ୍ଥିତି ନେଇ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Advertisment

ଆମକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ପ୍ରତି ବିଶେଷ ଧ୍ୟାନ ଦେବାକୁ ପଡିବ ବୋଲି ପ୍ରଧାନମନ୍ତ୍ରୀ ଚେନାବନୀ ଦେଇଛନ୍ତି। ଯେଉଁ ଜିଲ୍ଲାଗୁଡ଼ିକରେ ପଜିଟିଭ୍ ହାର ଅଧିକ, ଯେଉଁଠାରୁ ଅଧିକ ମାମଲା ଆସୁଛି, ସେଠାରେ ଅଖିକ ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଦେଶର ସବୁ ରାଜ୍ୟରେ ନୂତନ ଆଇସିୟୁ ବେଡ୍ ତିଆରି, ପରୀକ୍ଷା କ୍ଷମତା ବୃଦ୍ଧି ଏବଂ ଅନ୍ୟାନ୍ୟ ଆବଶ୍ୟକତା ପାଇଁ ପାଣ୍ଠି ଉପଲବ୍ଧ ହେଉଛି। ନିକଟରେ କେନ୍ଦ୍ର ସରକାର ୨୩ ହଜାର କୋଟିରୁ ଅଧିକ ଜରୁରୀକାଳୀନ କୋଭିଡ୍‌ ରେସପନ୍ସ ପ୍ୟାକେଜ୍‌ ମଧ୍ୟ ଜାରି କରିଛନ୍ତି।

ସୂଚନା ଅନୁଯାୟୀ, ଏହି ବୈଠକରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ. କେ. ଷ୍ଟାଲିନ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍. ଜଗମୋହନ ରେଡ୍ଡୀ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରୁପ୍ପା, ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏବଂ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ୍ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଜଡିତ ହୋଇଛନ୍ତି।

ଏହି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ଭାଇ ମାଣ୍ଡଭିଆ ମଧ୍ୟ ଉପସ୍ଥିତ ଥିଲେ। କରୋନାର ତୃତୀୟ ଲହର ସମ୍ଭାବନାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପର୍ଯ୍ୟାୟରେ ସେ ପୂର୍ବର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

COVID-19 Narendra Modi
Advertisment
Advertisment