• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ରାଜଧାନୀ ଦିଲ୍ଲୀକୁ ବେହାଲ କଲା ପ୍ରବଳ ବର୍ଷା । ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ଅଞ୍ଚଳରେ ରାସ୍ତାରେ ଚାଲୁଛି ପାଣି । ଖରାପ ପାଗ ଲାଗି ରହିଥିବାରୁ ବିମାନ ଉଡାଣରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି । ପାଗକୁ ଦୃଷ୍ଟିରେ ରଖି ବିଳମ୍ବରେ ବିମାନ ଚଳାଚଳ କରିବାକୁ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Rain lashes parts of Delhi-NCR; orange alert for today(ବର୍ଷାରେ ବେହାଲ ଦିଲ୍ଲୀ)

ଦିଲ୍ଲୀ ଏନସିଆରରେ ସର୍ବାଧିକ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ବିଦ୍ୟୁତ ସରବରାହ ବନ୍ଦ ରହିଛି । ସେହିପରି ସାଉଥ ଦିଲ୍ଲୀ, ଜନକପୁରୀ, ମେହରୁଲି ଓ ବଦରପୁର ଅଞ୍ଚଳରେ ମଧ୍ୟ ଜନଜୀବନ ପ୍ରଭାବିତ କରିଛି । ବର୍ଷା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପ୍ରବଳ ବର୍ଷା ହୋଇପାରେ । ଏଣୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷେ, ରାଜ୍ୟରେ ମଧ୍ୟ ମୌସୁମୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଓ ଦେଓଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ଜୁଲାଇ୧ ତାରିଖରୁ ୩ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।