Advertisment

Rajya Sabha Set For Constitution Debate: ଆଜି ରାଜ୍ୟସଭାରେ ସମ୍ବିଧାନ ଉପରେ ହେବ ବିତର୍କ; ଉପରାଷ୍ଟ୍ରପତିଙ୍କୁ ପଦରୁ ହଟାଇବା ପାଇଁ ପ୍ରସ୍ତାବ ଉପରେ ହେବ ବିତର୍କ...

ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ଙ୍କୁ ପଦରୁ ହଟାଇବା ପାଇଁ ପ୍ରସ୍ତାବ ଉପରେ ରାଜ୍ୟସଭାରେ ହେବ ଦୁଇ ଦିନିଆ ଡିବେଟ୍ ହେବ। ରାଜ୍ୟସଭାରେ ଗୃହର ନେତା ଜେପି ନଡ୍ଡା ବିତର୍କକୁ ଆରମ୍ଭ କରିବେ।

Rajya Sabha Set For Constitution Debate

Rajya Sabha Set For Constitution Debate

Advertisment

ଲୋକସଭା ପରେ ଆଜି ରାଜ୍ୟସଭାରେ ସମ୍ବିଧାନ ଉପରେ ହେବ ବିତର୍କ। ଉପରାଷ୍ଟ୍ରପତି ଜଗଦୀପ ଧନକଡ଼ଙ୍କୁ ପଦରୁ ହଟାଇବା ପାଇଁ ପ୍ରସ୍ତାବ ଉପରେ ରାଜ୍ୟସଭାରେ ହେବ ଦୁଇ ଦିନିଆ ଡିବେଟ୍ ହେବ। ରାଜ୍ୟସଭାରେ ଗୃହର ନେତା ଜେପି ନଡ୍ଡା ବିତର୍କକୁ ଆରମ୍ଭ କରିବେ। 

Advertisment

ଆସନ୍ତାକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିତର୍କ ଉପରେ ଜବାବ ରଖିପାରନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହରେ ହସ୍ତକ୍ଷେପ କରିବା ସମ୍ଭାବନା କମ୍ ରହିଛି।

ଅଧିକ ପଢ଼ନ୍ତୁ: ପରଲୋକରେ ଉସ୍ତାଦ୍ ଜାକିର ହୁସେନ୍; ସଙ୍ଗୀତ ସାଧାନ ପାଇଁ ପାଇଛନ୍ତି ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣ...

Advertisment

ଏପଟେ ଆଜି ଲୋକସଭାରେ ଆସିପାରେ ୱାନ୍ ନେସନ୍ ୱାନ୍ ଇଲେକସନ୍ ବିଲ୍। ୱାନ୍ ନେସନ୍, ୱାନ୍ ଇଲେକସନକୁ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ଗଠିତ କମିଟି ତାର ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିଛନ୍ତି। କମିଟିର ରିପୋର୍ଟକୁ କ୍ୟାବିନେଟ୍ ମଂଜୁରୀ ବି ମିଳିସାରିଛି। ଏକକ ନିର୍ବାଚନ ଢାଞ୍ଝା କାର୍ଯ୍ୟକାରୀ କରିବାକୁ ବ୍ୟାପକ ସାମ୍ବିଧାନିକ ସଂଶୋଧନ ଆବଶ୍ୟକ। ସଂସଦର ଉଭୟ ଗୃହର ଦୁଇ-ତୃତୀୟାଂଶ ବହୁମତ ସହ ଅତି କମରେ ୬ଟି ବିଧେୟକ ପାସ୍ ହେବ। ବିଜେପି ନେତୃତ୍ୱାଧୀନ NDA ପାଖରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ଆବଶ୍ୟକ ସଂଖ୍ୟା ରହିଛି। କିନ୍ତୁ ସାମ୍ବିଧାନିକ ସଂଶୋଧନ ପାଇଁ ଆବଶ୍ୟକ ସଂଖ୍ୟା ଏକ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। 

ରାଜ୍ୟସଭାରେ ଏନଡିଏ ୧୧୨ ସଦସ୍ୟ ଥିବା ବେଳେ ଦୁଇ ତୃତୀୟାଂଶ ବହୁମତ ପାଇଁ ଆବଶ୍ୟକ ୧୬୪ ସିଟ୍। ସେହିପରି ଲୋକସଭାରେ ବହୁମତ ପାଇଁ ଏନଡିଏ ମେଣ୍ଟକୁ ଆବଶ୍ୟକ ୩୬୪ ସିଟ୍। ତେଣୁ ବିଲ୍ ନେଇ ଭୋଟିଂ ବେଳେ ଅଣଏନଡିଏ ମେଣ୍ଟର ସମର୍ଥନ ଯୋଗାଡିବା କେନ୍ଦ୍ର ସରକାରଙ୍କ ଆଗରେ ଚ୍ୟାଲେଞ୍ଜ ରହିବ। ବିଲ ଆଇନରେ ପରିଣତ ହେଲେ ଦେଶରେ ଏକାସଙ୍ଗେ ଲୋକସଭା ଓ ବିଧାନସଭାଗୁଡ଼ିକର ନିର୍ବାଚନ ହେବ। ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ଇସ୍ତାହାରରେ ଏହାକୁ ବି ସାମିଲ କରିଥିଲା। 

Advertisment

ଅଧିକ ପଢ଼ନ୍ତୁ: ମତ୍ସ୍ୟଜୀବୀଙ୍କ ଜାଲରେ ଲାଗିବ କଇଁଛ ନିର୍ଗମନ ଯନ୍ତ୍ର; ଭାରତରୁ ସାମୁଦ୍ରିକ ଚିଙ୍ଗୁଡ଼ି ରପ୍ତାନୀ କରିବ ଆମେରିକା!

Rajya Sabha Jagdeep Dhankhar Vice President
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ