/odishatv-khabar/media/post_attachments/uploadimage/library/16_9/16_9_0/Ram_Temple_1698244888.jpg)
Ram Temple
୨୦୨୪ ଜାନୁଆରୀ ୨୨ରେ ହେବ ଅଯୋଧ୍ୟା ରାମ ମନ୍ଦିର ଉଦଘାଟନ । ୨୨ ତାରିଖ ଦିନ ୧୨ଟା ୩୦ରେ ଉଦଘାଟନ କାର୍ଯ୍ୟକ୍ରମ ରହିଥିବା ନେଇ ସୂଚନା ଦିଆଯାଇଛି । ରାମ ମନ୍ଦିରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉଦଘାଟନରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ମତି ରହିଛି । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ନିମନ୍ତ୍ରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଛନ୍ତି ।
ରାମ ମନ୍ଦିରର ଉଦ୍ଘାଟନ କରିବାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରିଥିଲେ ଟ୍ରଷ୍ଟ କର୍ମକର୍ତ୍ତା । ନିମନ୍ତ୍ରଣ ସଂପର୍କରେ ଟୁଇଟ୍ କରି ପ୍ରଧାନମନ୍ତ୍ରୀ ମୋଦି ଜଣାଇଛନ୍ତି । ଏଭଳି ନିମନ୍ତ୍ରଣ ପାଇ ମୁଁ ନିଜକୁ ଧନ୍ୟ ମନେକରୁଛି କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଟ୍ୱିଟ୍ରେ ଲେଖିଛନ୍ତି । ଏଥି ସହିତ ଏଭଳି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ବନିବା ସୌଭାଗ୍ୟ ମିଳିବ ବୋଲି ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।
जय सियाराम!
आज का दिन बहुत भावनाओं से भरा हुआ है। अभी श्रीराम जन्मभूमि तीर्थ क्षेत्र ट्रस्ट के पदाधिकारी मुझसे मेरे निवास स्थान पर मिलने आए थे। उन्होंने मुझे श्रीराम मंदिर में प्राण-प्रतिष्ठा के अवसर पर अयोध्या आने के लिए निमंत्रित किया है।
मैं खुद को बहुत धन्य महसूस कर रहा… pic.twitter.com/rc801AraIn
— Narendra Modi (@narendramodi) October 25, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)