Ratan Tata
କିମ୍ବଦନ୍ତୀ ଉଦ୍ୟୋଗପତି ତଥା ପଦ୍ମ ବିଭୂଷଣ ରତନ ଟାଟାଙ୍କ ପରଲୋକ । ୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଟ୍ରଷ୍ଟ ଚେୟାରମ୍ୟାନ୍ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ୍ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଦୁଇ ଦିନ ତଳେ ତାଙ୍କ ଅସୁସ୍ଥତାକୁ ନେଇ ଚର୍ଚ୍ଚା ହୋଇଥିଲେ ମଧ୍ୟ, ସୋସିଆଲ ମିଡିଆରେ ଏହାକୁ ଖଣ୍ଡନ କରିଥିଲେ ନିଜେ ରତନ ଟାଟା।
ତେବେ ଆଜି ସେ ଆଇସିୟୁରେ ଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ନିଜର ଅମାୟିକ ବ୍ୟକ୍ତିତ୍ବ, ସରଳ ଜୀବନଶୈଳୀ, ମେଳାପି ସ୍ବଭାବ ଏବଂ ବଦାନ୍ୟତା ପାଇଁ ବେଶ୍ ପରିଚିତ ଥିଲେ ରତନ ଟାଟା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Ratan_Tata_1728524469.jpg)