Advertisment

Delhi CM: ଶପଥ ନେଲେ ରେଖା ଗୁପ୍ତା; ପରବେଶ ବର୍ମା ହେଲେ ଉପ ମୁଖ୍ୟମନ୍ତ୍ରୀ

ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ, ବିଜେପିର ଶୀର୍ଷ କେନ୍ଦ୍ରୀୟ ନେତୃତ୍ବ ଏବଂ NDA ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି।

ଅଦ୍ୟତନ ହୋଇଛି
Rekha Gupta

Rekha Gupta

Advertisment

ସବୁ ଅପେକ୍ଷାର ଘଟିଲା ଅନ୍ତ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଆଜିଠୁ ଦିଲ୍ଲୀରେ ଚାଲିବ ରେଖାଙ୍କ ରାଜ। ରାମଲୀଲା ମୈଦାନରେ ଉପ ରାଜ୍ୟପାଳ ଭି.କେ. ସକ୍ସେନା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଓ ଉପମୁଖ୍ୟମନ୍ତ୍ରୀ ଭାବେ ପରବେଶ ବର୍ମାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। 

Advertisment

ଅଧିକ ପଢ଼ନ୍ତୁ: ଦିଲ୍ଲୀ ନିର୍ବାଚନ: ବିଜେପି ମାଡ଼ରେ କଂଗ୍ରେସ ଚି‌ତ୍‌ପଟାଙ୍ଗ।

ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ,ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ, ବିଜେପିର ଶୀର୍ଷ କେନ୍ଦ୍ରୀୟ ନେତୃତ୍ବ ଏବଂ NDA ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି।

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ୨୦ରାଜ୍ୟର ମୁଖ୍ୟମନ୍ତ୍ରୀ ଶପଥ ସମାରୋହରେ ସାମିଲ ହୋଇଛନ୍ତି। ଏଥିସହ ବିଶିଷ୍ଟ ଉଦ୍ୟୋଗପତି, ସାଧୁସନ୍ଥ, ସେଲିବ୍ରିଟିଙ୍କ ସମେତ ବହୁ ଭିଆଇପି ଅତିଥି ଶପଥ ସମାରୋହରେ ଯୋଗ ଦେଇଛନ୍ତି।

Advertisment

ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି କ୍ଷମତାକୁ ଫେରିଛି । ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦିଲ୍ଲୀ ଶାଲିମାରବାଗ ବିଧାୟିକା ରେଖା ଗୁପ୍ତାଙ୍କ ନାଁରେ ମୋହର ବାଜିଥିଲା।

ଏହାପରେ ରେଖା ଗୁପ୍ତା ଅନ୍ୟ ବିଜେପି ନେତାଙ୍କ ସହ ଉପରାଜ୍ୟପାଳ ବିନୟ କୁମାର ସକ୍ସେନାଙ୍କୁ ଭେଟି ସରକାର ଗଠନ ପାଇଁ ଦାବିପତ୍ର ଦେଇଥିଲେ। ଏହି ସମୟରେ ରେଖାଙ୍କ ସହ ଦୁଇ ପର୍ଯ୍ୟବେକ୍ଷକ ରବିଶଙ୍କର ପ୍ରସାଦ ଓ ଓମ୍ ପ୍ରକାଶ ଧନକଡ, ଦିଲ୍ଲୀ ବିଜେପି ନିର୍ବାଚନ ପ୍ରଭାରୀ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ସାଂସଦ ବାଂଶୁରୀ ସ୍ୱରାଜ ଏବଂ ମନୋଜ ତିୱାରୀ ପ୍ରମୁଖ ଉପସ୍ଥିତ ଥିଲେ।

Advertisment

ଅଧିକ ପଢ଼ନ୍ତୁ:  ରେଖା ଗୁପ୍ତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ପ୍ରବେଶ ବର୍ମା ଡେପୁଟୀ।

Delhi Delhi CM
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ