/odishatv-khabar/media/post_attachments/uploadimage/library/16_9/16_9_0/IMAGE_1634300742.jpg)
Gold Rate Today
ନୂଆଦିଲ୍ଲୀ: ଆଜି ବଢିଛି ସୁନାର ଦାମ୍ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୯୭୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୯୭୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୮୫୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଥିବା ବେଳେ ମୁମ୍ବାଇରେ ୪୬,୯୭୦ ଟଙ୍କା ଓ ୪୭,୯୭୦ ଟଙ୍କା ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୭୦୦ ଟଙ୍କା ଓ ୪୯,୧୨୦ ଟଙ୍କା ହୋଇଛି।
Also Read
ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦର ଦାମ୍ ରେ ଅଳ୍ପ ପରିବର୍ତ୍ତନ ହୋଇଛି । ଜେଶରେ କୋଲକାତାରେ ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୦,୦୦୦ ଟଙ୍କା ରହିଛି । ସେହିପରି ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ଆଜି ରୁପାର ଦରଦାମ୍ ବୃଦ୍ଧି ମଧ୍ୟ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।
ସୂଚନା ଅନୁସାରେ ୨ ଦିନ ପୂର୍ବରୁ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୫,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୯୪୦ ଟଙ୍କା ରହିଥିଲା ।
ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)



/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)