Advertisment

ନିର୍ବାଚନୀ ବଣ୍ଡ ଜରିଆରେ ଅର୍ଥ ପ୍ରଦାନ ପ୍ରସଙ୍ଗ; ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଗତ ମାସରେ ଏହି ନିର୍ବାଚନୀ ବଣ୍ଡକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। କେଉଁ ଦଳକୁ କେତେ ଟଙ୍କା ନିର୍ବାଚନୀ ବଣ୍ଡ ଆକାରରେ ମିଳିଛି ଏହାର ସମସ୍ତ ତଥ୍ୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

author-image
Sonali Ojha
ଅଦ୍ୟତନ ହୋଇଛି
Supreme Court Raps SBI On Electoral Bonds

Electoral bonds

ରାଜନୈତିକ ଦଳଙ୍କୁ ନିର୍ବାଚନୀ ବଣ୍ଡ ଜରିଆରେ ମିଳୁଥିବା ଅର୍ଥର ତଥ୍ୟ ପ୍ରଦାନ ପ୍ରସଙ୍ଗରେ ଆଜି ଶୁଣାଣି । ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ହେବ । ଷ୍ଟେଟ୍ ବ୍ୟାଙ୍କ ଅଫ ଇଣ୍ଡିଆ ଦାଖଲ କରିଥିବା ଆବେଦନ ଉପରେ ଶୁଣାଣି କରିବେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ବେଞ୍ଚ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ଵ ଗଠିତ ବେଞ୍ଚରେ ରହିବେ ଜଷ୍ଟିସ ସଞ୍ଜୀବ କୁମାର, ବିଆର୍ ଗୱାଇ, ଜେବି ପରଦିୱାଲା ଓ ମନୋଜ ମିଶ୍ର।

Advertisment

ଏହି ୫ ଜଣିଆ ବେଞ୍ଚ ମାମଲାର ଶୁଣାଣି କରିବେ। ଏହାସହ ଷ୍ଟେଟ ବ୍ୟାଙ୍କ ଅଦାଲତ ଅବମାନନା ନେଇ ହୋଇଥିବା ଆବେଦନର ମଧ୍ୟ ଶୁଣାଣି ହେବ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ଵେ ତଥ୍ୟ ପ୍ରଦାନ କରିନଥିବା ନେଇ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ନାଁରେ ଅଦାଲତ ଅବମାନନା ମାମଲା ହୋଇଛି। ରାଜନୈତିକ ଦଳଙ୍କୁ ନିର୍ବାଚନୀ ବଣ୍ଡ ଆକାରରେ ମିଳିଥିବା ଅର୍ଥର ସମସ୍ତ ତଥ୍ୟ ପ୍ରଦାନ କରିବାକୁ ଷ୍ଟେଟ ବ୍ୟାଙ୍କକୁ ନିର୍ଦ୍ଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ। ତେବେ ଏହି ତଥ୍ୟ ପ୍ରଦାନ କରିବାକୁ ଆସନ୍ତା ଜୁନ ୩୦ ସୁଦ୍ଧା ସମୟ ମାଗିଛି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ।

ଗତ ମାସରେ ଏହି ନିର୍ବାଚନୀ ବଣ୍ଡକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। କେଉଁ ଦଳକୁ କେତେ ଟଙ୍କା ନିର୍ବାଚନୀ ବଣ୍ଡ ଆକାରରେ ମିଳିଛି ଏହାର ସମସ୍ତ ତଥ୍ୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗତ ଫେବୃଆରୀ ୧୫ରେ ନିର୍ବାଚନୀ ବଣ୍ଡ ଆକାରରେ ରାଜନୈତିକ ଦଳକୁ ମିଳୁଥିବା ଅର୍ଥ ବ୍ୟବସ୍ଥାକୁ ରଦ୍ଦ କରିଥିଲେ ସୁପ୍ରିମକୋର୍ଟ। ରାଜନୈତିକ ଦଳକୁ ପାଣ୍ଠି ପ୍ରଦାନକୁ ଅସାମ୍ବିଧାନିକ କହିବା ସହ ଦାନ ଦେଇଥିବା ଏବଂ ଦାନ ଗ୍ରହଣ କରିଥିବା ରାଜନୈତିକ ଦଳ ଓ ବ୍ୟକ୍ତିବିଶେଷଙ୍କ ସମସ୍ତ ତଥ୍ୟ ମାଗିଥିଲେ। ୧୨ ଏପ୍ରିଲ ୨୦୧୯ ପରଠାରୁ ଆଜି ପର୍ଯ୍ୟନ୍ତ କିଣାଯାଇଥିବା ନିର୍ବାଚନୀ ବଣ୍ଡ ବିଷୟରେ ମାର୍ଚ୍ଚ ୬ ତାରିଖ ସୁଦ୍ଧା ତଥ୍ୟ ପ୍ରଦାନ କରିବାକୁ କୁହାଯାଇଥିଲା।

Advertisment

ସମସ୍ତ ତଥ୍ୟ ଅଫିସିଆଲ ୱେବସାଇଟରେ ମାର୍ଚ୍ଚ ୧୩ ସୁଦ୍ଧା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ତେବେ ଗତ ମାର୍ଚ୍ଚ ୪ ତାରିଖରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଆସନ୍ତା ଜୁନ ୩୦କୁ ତଥ୍ୟ ଦାଖଲ ସମୟ ବୃଦ୍ଧି କରିବାକୁ ଆବେଦନ କରିଛି। ଏହି ପ୍ରକ୍ରିୟା ସମୟ ସାପେକ୍ଷ ହୋଇଥିବାରୁ ଅଧିକ ସମୟ ମାଗିଛି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ। ତଥ୍ୟ ପ୍ରଦାନ କରାଯାଇନଥିବାରୁ ଏନଜିଓ ଏଡିଆର ପକ୍ଷରୁ ଷ୍ଟେଟ ବ୍ୟାଙ୍କ ନାଁରେ ଅଦାଲତ ଅବମାନନା ଅଭିଯୋଗ କରାଯାଇଛି।

Supreme Court SBI
Advertisment
Advertisment