ଓଡ଼ିଶାରୁ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଖୁବଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଭୁବନେଶ୍ୱରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ।

Vande Bharat Express,

ଓଡ଼ିଶାରୁ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ରାଉରକେଲାରୁ ଭୁବନେଶ୍ୱରକୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ । ଏହି ରୁଟରେ ଟ୍ରେନ ଚଳାଇବାକୁ ନେଇ ନିଷ୍ପତ୍ତି ନିଆଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ତାଳଚେରକୁ ଯୋଡ଼ିବ ଏହି ଟ୍ରେନ । କାମ ପ୍ରାୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ବୋଲି କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

ମେ ୧୮ରେ ଓଡ଼ିଶାରେ ଗଡ଼ିଥିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ରେନ୍‌ଟି ପୁରୀ-ହାୱଡା ମଧ୍ୟରେ ଚଳାଚଳ ଆରମ୍ଭ କରିଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ବିଧାୟକ ଓ ସାଂସଦ ଉପସ୍ଥିତ ଥିଲେ ।

ତେବେ ସେତେବେଳେ ବନ୍ଦେ ଭାରତ ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଓଡ଼ିଶା ପକ୍ଷରୁ କେତେକ ଦାବି ରଖାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଦାବି କରିଥିଲେ । ପୁରୀ-ରାଉରକେଲା ଓ ଭୁବନେଶ୍ୱର-ହାଇଦ୍ରାବାଦ ବନ୍ଦେ ଭାରତ ପାଇଁ ଦାବି କରିଥିଲେ । ସେହିପରି ଅନୁଗୁଳ-ସୁକିନ୍ଦା ଓ ପାରାଦୀପ-ହରିଦାସପୁର ଲାଇନରେ ପାସେଞ୍ଜର ଟ୍ରେନ୍ ପାଇଁ ମଧ୍ୟ ଦାବି କରିଥିଲେ ।