/odishatv-khabar/media/post_attachments/uploadimage/library/16_9/16_9_0/Parliament_1702533064.jpg)
Parliament
ସଂସଦ ଭବନରେ ସୁରକ୍ଷା ଭଙ୍ଗ ଘଟଣାରେ ନିଆଗଲା କାର୍ଯ୍ୟାନୁଷ୍ଠାନ । ସଂସଦର ସୁରକ୍ଷା ଦାୟିତ୍ୱରେ ଥିବା ୭ କର୍ମଚାରୀଙ୍କୁ କରାଯାଇଛି ନିଲମ୍ବନ । ୭ କର୍ମଚାରୀଙ୍କୁ ନିଲମ୍ବନ କଲା ଲୋକସଭା ସେକ୍ରେଟାରିଏଟ ।
ଅନ୍ୟପଟେ ସଂସଦ ପରିସରରେ ସନ୍ଦିଗ୍ଧ ଯୁବକ ଯୁବତୀଙ୍କ ହଙ୍ଗାମା ଘଟଣାରେ ୫ ଅଭିଯୁକ୍ତଙ୍କ ବିରୋଧରେ UAPAରେ ମାମଲା ରୁଜୁ କରାଯାଇଛି । ମାମଲା ରୁଜୁ କରିଛି ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ । ଏପଟେ ସଂସଦରେ ସ୍ମୋକ୍ ଆଟାକ୍ ଘଟଣାର ତଦନ୍ତ ପାଇଁ ଗଠନ ହୋଇଛି ତଦନ୍ତ କମିଟି । ଲୋକସଭା ସେକ୍ରେଟାରିଏଟର ଅନୁରୋଧ କ୍ରମେ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି କମିଟି ଗଠନ କରାଯାଇଛି ।
ସିଆରପିଏଫ୍ ଡିଜି ଅନୀଶ ଦୟାଲ ସିଂ ଏହାର ନେତୃତ୍ୱ ନେବେ ଏବଂ ଅନ୍ୟ ସୁରକ୍ଷା ଏଜେନ୍ସି ଓ ବିଶେଷଜ୍ଞ ଏଥିରେ ସାମିଲ ରହିବେ । ଏହି କମିଟି ପାର୍ଲାମେଣ୍ଟ ସୁରକ୍ଷା ତ୍ରୁଟିର କାରଣ ଖୋଜିବ, କେଉଁଠି ଭୁଲ୍ ରହିଲା ତାହା ନିର୍ଦ୍ଧାରଣ କରିବ ଏବଂ ସଂସଦର ସୁରକ୍ଷା ବ୍ୟବସ୍ଥା ସୁଧାରିବା ପାଇଁ ଆବଶ୍ୟକ ପଦକ୍ଷେପ ସଂପର୍କିତ ରିପୋର୍ଟ ଦେବ।
ସେପଟେ ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ,ଏହି ଘଟଣା ପରେ ସଂସଦର ସୁରକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ହୋଇଛି । ପ୍ରବେଶ ପଥରେ ଫୁଲ୍ ବଡି ସ୍କାନର ଲାଗିବ ଏବଂ ସୁରକ୍ଷା ପ୍ରଟୋକଲ ସଂଶୋଧନ କରାଯିବ । ସାଂସଦ, ଷ୍ଟାଫ୍ ଓ ସାମ୍ବାଦିକଙ୍କ ପାଇଁ ଭିନ୍ନ ଭିନ୍ନ ପ୍ରବେଶ ପଥ ରହିବ । ଯେତେବେଳେ ଭିଜିଟର୍ସ ପାସ୍ ଉପରୁ ବ୍ୟାନ ହଟିବ, ସେତେବେଳେ ଦର୍ଶକମାନେ ଚତୁର୍ଥ ଗେଟ୍ ଦେଇ ପଶିବେ । ଭିଜିଟର୍ସ ଗ୍ୟାଲେରି ଆଗରେ କାଚ ଲାଗିବ, ଯେପରି କେହି ସାଂସଦମାନଙ୍କ ନିକଟକୁ ଯାଇପାରିବେ ନାହିଁ । ଏଥିସହ ହାଉସ୍ ଭିତରେ ସୁରକ୍ଷାକର୍ମୀଙ୍କ ସଂଖ୍ୟା ବଢ଼ିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)