Advertisment

ସୁପ୍ରିମକୋର୍ଟଙ୍କ ବଡ ରାୟ; ଗୃହିଣୀଙ୍କ ତ୍ୟାଗକୁ ସମ୍ମାନ ଦିଅ

ତେଲେଙ୍ଗାନାର ଏକ ମାମଲାର ବିଚାର ସମୟରେ ଏପରି କହିଛନ୍ତି ସୁପ୍ରିମକୋର୍ଟ। ଛାଡ଼ପତ୍ର ପରେ ସ୍ତ୍ରୀକୁ ଭରଣ ପୋଷଣ ଦେବାକୁ ନେଇ ହୋଇଥିବା ଏକ ଆବେଦନ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି ଯେ, ପରିବାରରେ ଗୃହିଣୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।

author-image
Manoranjan Behera
ଅଦ୍ୟତନ ହୋଇଛି
What SC Said On Maintenance For Women

Supreme Court

ଦେଶର ଗୃହିଣୀମାନଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ ରାୟ। ପୁରୁଷମାନଙ୍କୁ ଗୃହିଣୀ ମାନଙ୍କର ଭୂମିକା ଏବଂ ପରିବାର ପ୍ରତି ସେମାନଙ୍କର ତ୍ୟାଗକୁ ସମ୍ମାନ ଜଣାଇବାର ସମୟ ଆସିଯାଇଛି ବୋଲି ସର୍ବୋଚ୍ଚ ଅଦାଲତ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। ସ୍ତ୍ରୀକୁ ସ୍ୱାମୀ ଆର୍ଥିକ କ୍ଷେତ୍ରରେ ସହାୟତା କରିବା ଆବଶ୍ୟକ ବୋଲି କୋର୍ଟ ମତ ଦେଇଛନ୍ତି।

Advertisment

ତେଲେଙ୍ଗାନାର ଏକ ମାମଲାର ବିଚାର ସମୟରେ ଏପରି କହିଛନ୍ତି ସୁପ୍ରିମକୋର୍ଟ। ଛାଡ଼ପତ୍ର ପରେ ସ୍ତ୍ରୀକୁ ଭରଣ ପୋଷଣ ଦେବାକୁ ନେଇ ହୋଇଥିବା ଏକ ଆବେଦନ ଉପରେ ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି ଯେ, ପରିବାରରେ ଗୃହିଣୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଭାରତୀୟ ପୁରୁଷମାନଙ୍କୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବାର ସମୟ ଆସିଯାଇଛି। ସ୍ୱାମୀମାନେ ସ୍ତ୍ରୀଙ୍କ ନାଁରେ ଜଏଣ୍ଟ ଆକାଉଣ୍ଟ ଖୋଲିବା ସହ ATM ସୁବିଧା ଯୋଗାଇ ଦେବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ତାଙ୍କ ରାୟରେ କହିଛନ୍ତି।

ଅଧିକ ପଢ଼ନ୍ତୁ: ଋତୁସ୍ରାବ ଛୁଟି ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ; ମଡେଲ ନୀତି ପ୍ରସ୍ତୁତ କରିବାକୁ ଦେଲେ ନିର୍ଦ୍ଦେଶ

Advertisment

ଗତକାଲି ମୁସଲିମ ମହିଳାଙ୍କ ଅଧିକାରକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ଶୁଣାଇଥିଲେ। ଏକ ଛାଡ଼ପତ୍ର ମାମଲାର ଶୁଣାଣି କରି ସୁପ୍ରିମ ରାୟ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ଯେକୌଣସି କାରଣରୁ ଛାଡପତ୍ର ହେବା ପରେ ମହିଳାଙ୍କୁ ଭରଣପୋଷଣ ଦେବାକୁ ସ୍ୱାମୀ ବାଧ୍ୟ। ସ୍ୱାମୀଙ୍କୁ ଏହି ଅର୍ଥ ରାଶି ଦେବାକୁ ପଡିବ। ଏହା କୌଣସି ଦାନ ରାଶି ନୁହେଁ ବରଂ ତାହା ମହିଳାଙ୍କର ଅଧିକାର। କୌଣସି ଧର୍ମ ଏଥିରେ ବାଧକ ନୁହେଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ।

ତେଲାଙ୍ଗାନାର ଜଣେ ମୁସଲିମ ମହିଳା ଓ ତାଙ୍କ ସ୍ୱାମୀ ମହମ୍ମଦ ଅବଦୁଲ ମସାଦଙ୍କ ମଧ୍ୟରେ ୨୦୧୭ରେ ଛାଡ଼ପତ୍ର ହୋଇଥିଲା। ଏହି ମହିଳା ବିବାହ ବିଚ୍ଛେଦ ପରେ ଭରଣପୋଷଣ ଦାବି କରି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସ୍ୱାମୀଙ୍କ ଠାରୁ ମାସିକ ୨୦ ହଜାର ଟଙ୍କା ଭରଣପୋଷଣ ଦାବି କରି କୋର୍ଟରେ ଦ୍ୱାରସ୍ଥ ହୋଇଥିଲେ। ଫ୍ୟାମିଲି କୋର୍ଟରେ ମହିଳାଙ୍କ ଆବେଦନ ପରେ ଏହାକୁ ରଦ୍ଦ କରିବା ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ ସ୍ୱାମୀ। ହାଇକୋର୍ଟ ମାମଲାର ଶୁଣାଣି କରି ମହିଳାଙ୍କ ସପକ୍ଷରେ ରାୟ ଦେଇଥିଲେ। ଆବେଦନକାରୀଙ୍କୁ ମାସିକ ୧୦ହଜାର ଟଙ୍କାର ଭରଣପୋଷଣ ରାଶି ପ୍ରଦାନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

Supreme Court
Advertisment
Advertisment