Advertisment

ଦେଶରେ ପୁଣି ବଢିଲା ସଂକ୍ରମଣ: ୨୪ ଘଂଟାରେ ୨୩,୫୨୯ ଆକ୍ରାନ୍ତ ହେଲେ ଚିହ୍ନଟ

ଦେଶରେ ପୁଣି ଥରେ ବଢିଲା ସଂକ୍ରମଣ। ଗତ ୨୪ ଘଂଟା ମଧ୍ୟରେ ୨୩,୫୨୯ ଜଣ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମହାମାରୀ ୩୧୧ ଜଣଙ୍କ ନେଇଛି ପ୍ରାଣ। ତେବେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍ ୩,୩୭,୩୯,୯୮୦ରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୪,୪୮,୦୬୨ରେ ପହଞ୍ଚିଛି।

author-image
Sarbeswar
ଅଦ୍ୟତନ ହୋଇଛି
undefined

india coronavirus update 25 september 2021

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ବଢିଲା ସଂକ୍ରମଣ। ଗତ ୨୪ ଘଂଟା ମଧ୍ୟରେ ୨୩,୫୨୯ ଜଣ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମହାମାରୀ ୩୧୧ ଜଣଙ୍କ ନେଇଛି ପ୍ରାଣ। ତେବେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍ ୩,୩୭,୩୯,୯୮୦ରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଥିବା ବେଳେ ମୃତ୍ୟୁସଂଖ୍ୟା ୪,୪୮,୦୬୨ରେ ପହଞ୍ଚିଛି। ଠିକ୍‌ ସେହିପରି ଗତ ୨୪ ଘଂଟାରେ ଦେଶରେ ୨୮,୭୧୮ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ଏହାରି ମଧ୍ୟରେ ଦେଶରେ ସୁସ୍ଥତାସଂଖ୍ୟା ୩,୩୦,୧୪,୮୯୮ରେ ପହଞ୍ଚିଛି। ­­­­­ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ୨,୭୭,୦୨୦ ଆକ୍ଟିଭ୍‌ କେସ୍‌ ରହିଛି। ଯାହାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଚିନ୍ତା ବଢିଛି।

Advertisment

ଏପଟେ, ଗତକାଲି କରୋନା ସଂକ୍ରମଣ କମିଥିବା ବେଳେ ଆଜି ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ରାଜ୍ୟରେ ୨୪ ଘଣ୍ଟାରେ ୬୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୩୫୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୪୯ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୬ ଜଣ ଆକ୍ରାନ୍ତ ଅଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୧ ଜଣ, ବାଲେଶ୍ୱରରୁ ୨୧ ଜଣ, ବରଗଡ଼ ୨ ଜଣ ଭଦ୍ରକରୁ ୫ ଜଣ, କଟକରୁ ୫୪ ଜଣ, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧୪ ଜଣ, ଗଞ୍ଜାମ ୧, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୨୪, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳ ୧, କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୮୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୩୧ ଜଣ, ନୟାଗଡ଼ରୁ ୧, ନୂଆପଡ଼ାରୁ ୧, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲ୍‌ରୁ ୬୭ଜଣ ଚିହ୍ନଟ ହୋଇଛନ୍ତି ।

India COVID19 Corona Virus
Advertisment
Advertisment