Advertisment

ଆଜି ସବୁଠୁ ଛୋଟ ଦିନ ଓ ବଡ଼ ରାତି

ଆଜି ହେବ ସବୁଠୁ ବଡ଼ ରାତି। ସନ୍ଧ୍ୟାରେ ସୂର୍ଯ୍ୟାସ୍ତ ଠାରୁ ‌ଆସନ୍ତାକାଲି ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ସମୟ ରହିବ ୧୩ ଘଣ୍ଟା ୧୯ ମିନିଟ୍‌। ସେହିପରି ସବୁଠୁ ଛୋଟ ଦିନ ବି ଦେଖିବେ ଉତ୍ତର ଗୋଲାର୍ଦ୍ଧର ବାସିନ୍ଦା।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Shortest Day Of The Year 2022

Today is shortest day & longest night of year

ଆଜି ହେବ ସବୁଠୁ ବଡ଼ ରାତି। ସନ୍ଧ୍ୟାରେ ସୂର୍ଯ୍ୟାସ୍ତ ଠାରୁ ‌ଆସନ୍ତାକାଲି ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ସମୟ ରହିବ ୧୩ ଘଣ୍ଟା ୧୯ ମିନିଟ୍‌। ଅର୍ଥାତ୍‌ ୧୩ ଘଣ୍ଟା ୧୯ ମିନିଟ୍‌ ରହିବ ରାତିର ଅବଧି। ସେହିପରି ସବୁଠୁ ଛୋଟ ଦିନ ବି ଦେଖିବେ ଉତ୍ତର ଗୋଲାର୍ଦ୍ଧର ବାସିନ୍ଦା। ଦିନର ଅବଧି ରହିବ ୧୦ ଘଣ୍ଟା ୪୧ ମିନିଟ୍‌। ତେବେ ସ୍ଥଳ ବିଶେଷରେ ଏହା କମ୍‌ ବେଶୀ ହୋଇପାରେ। 

Advertisment

ପ୍ରତିବର୍ଷ  ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଦିନ ଛୋଟ ଓ ରାତି ସବୁଠୁ ବଡ଼ ହୁଏ। ଏନେଇ ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି ଯେ, ଉତ୍ତର ଗୋଲାର୍ଦ୍ଧରେ ଯେତେବେଳେ ଶୀତଋତୁ ହୋଇଥାଏ ସେତେବେଳେ ଦକ୍ଷିଣ ଗୋଲାର୍ଦ୍ଧରେ ଗ୍ରୀଷ୍ମଋତୁ ହୋଇଥାଏ। ଠିକ୍‌ ସେହିପରି ଦକ୍ଷିଣ ଗୋଲାର୍ଦ୍ଧରେ ଶୀତଋତୁ ହେଲେ  ଉତ୍ତର ଗୋଲାର୍ଦ୍ଧରେ ଗ୍ରୀଷ୍ମଋତୁ ହୋଇଥାଏ।’

ଅଧିକ ପଢ଼ନ୍ତୁ: ସ୍ମୃତିର ଆଇନାରେ . . .୨୦୨୨ରେ ଦୁନିଆକୁ ଛାଡ଼ି ଯାଇଛନ୍ତି ଏହି ବିଶିଷ୍ଟ ବ୍ୟକ୍ତିତ୍ୱ

Advertisment

ପ୍ରତ୍ୟେକ ବର୍ଷ ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ସବୁଠୁ ଛୋଟ ଦିନ ହୋଇଥାଏ। ତେବେ ଭୁବନେଶ୍ୱରରେ ଆଜି ଓ କାଲି ଦିନ-ରାତି ମଧ୍ୟରେ ବେଶୀ ଫରକ୍‌ ରହିବ ନାହିଁ। ଦିନର ଅବଧି ୧୦ ଘଣ୍ଟା ୫୪ ମିନିଟ୍‌ ରହିବାକୁ ଥିବାବେଳେ ରାତିର ଅବଧି ୧୩ ଘଣ୍ଟା ୫ ମିନିଟ୍‌ ରହିବ ବୋଲି  ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

Winter Solstice
Advertisment
Advertisment