Lata Mangeshkar Dies
ସୁରସାମ୍ରାଜ୍ଞୀ ଭାରତରତ୍ନ ଲତା ମଙ୍ଗେସକରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆଜି ସକାଳ ୮ଟାରେ ମୁମ୍ବାଇରେ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଗତ ୨୯ ଦିନ ହେବ ସେ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିଲେ।
ଲତା ମଙ୍ଗେସକରଙ୍କ ପରଲୋକରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଛି। ଲତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତିି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ପ୍ରମୁଖ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
The voice that entranced billions is no more. Lata Ji’s songs deeply touched our souls in love & sadness, fun & frolic, hopes & dreams.
She ruled our consciousness for so many decades in a way that made her immortal for the ages. No one came close to her hold over us.
Om Shanti🙏 pic.twitter.com/hmnU9YABS0
— Baijayant Jay Panda (@PandaJay) February 6, 2022
ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ କେନ୍ଦ୍ର ସରକାର ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ୨ ଦିନ ପାଇଁ ଅର୍ଦ୍ଧନମିତ ରହିବ ଜାତୀୟ ପତାକା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1644124333.jpg)