• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ତତ୍କାଳୀନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଲାଗିଲା ଜବରଦସ୍ତ ଝଟ୍‌କା । ମହାରାଷ୍ଟ୍ର ନିର୍ବାଚନ କମିଶନ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୋଷ୍ଠୀଙ୍କୁ ଅସଲି ଶିବସେନା ଭାବେ ମାନ୍ୟତା ଦେବା ସହ ନାମ ଓ ଧନୁ-ତୀର ଚିହ୍ନ ପ୍ରଦାନ କରିଛନ୍ତି । ଫଳରେ ଠାକରେ ପରିବାର ହାତରୁ ଶିବସେନା ଦଳ ଖସିଯିବା ନିଶ୍ଚିତ ହୋଇଯାଇଛି ।

ଗତବର୍ଷ ଏକନାଥ ସିନ୍ଦେ ଉଦ୍ଧବ ଠାକରେଙ୍କ ବିରୋଧରେ ବିଦ୍ରୋହ କରିଥିଲେ ଓ ଦଳର ମୋଟ ୫୫ ବିଧାୟକଙ୍କ ମଧ୍ୟରୁ ୪୦ ଜଣଙ୍କ ସମର୍ଥନ ଥିବା ଦାବି କରିଥିଲେ । ଏହା ପରେ ଉଦ୍ଧବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଓ ରାଜ୍ୟରେ ଚାଲିଥିବା ମହାବିକାଶ ଅଘାଡି ସରକାର ଭାଙ୍ଗିଯାଇଥିଲା । ଏହା ପରେ ଏକନାଥ ଗୋଷ୍ଠୀ ବିଜେପି ସମର୍ଥନରେ ସରକାର ଗଢିଥିଲେ ଓ ଏକନାଥ ମୁଖ୍ୟମନ୍ତ୍ରୀ ହୋଇଥିଲେ ।

ତେବେ ଶିବସେନା ନାମ ଓ ଚିହ୍ନକୁ ନେଇ ଦୁଇପକ୍ଷ ନିର୍ବାଚନ କମିସନଙ୍କ ନିକଟକୁ ଯାଇଥିଲେ । ଅନ୍ତରୀଣ ସମୟ ପାଇଁ କମିସନ ଦୁଇ ଶିବିରଙ୍କୁ ଦୁଇଟି ଅସ୍ଥାୟୀ ନାମ ଦେଇଥିଲେ । ସିନ୍ଦେ ଗୋଷ୍ଠୀଙ୍କ ଦଳକୁ ବାଲାସାହେବଚି ଶିବସେନା ଓ ଉଦ୍ଧବ ଗୋଷ୍ଠୀଙ୍କୁ ଶିବସେନା ଉଦ୍ଧବ ବାଲାସାହେବ ଠାକରେ ନାମ ଦିଆଯାଇଥିଲା ।

ହେଲେ ଏବେ ନିର୍ବାଚନ କମିଶନଙ୍କ ନୂଆ ନିଷ୍ପତ୍ତିକୁ ଏକନାଥ ସିନ୍ଦେ ବାଲାସାହେବଙ୍କ ଆଦର୍ଶର ବିଜୟ ବୋଲି କହିଛନ୍ତି । ସେପଟେ ଉଦ୍ଦବ ଠାକରେ କିନ୍ତୁ ଏହାକୁ ଗଣତନ୍ତ୍ରର ହତ୍ୟା ବୋଲି କହିବା ସହ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି ।