କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡିଶା ଗସ୍ତ ସ୍ଥଗିତ ରହିଛି । ଆସନ୍ତା ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥାନ୍ତେ ଅମିତ ଶାହ । ଦୁଇ ଦିନିଆ ଗସ୍ତରେ ଭୁବନେଶ୍ୱର ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତେ । ତେବେ ଶାହଙ୍କ ଗସ୍ତ ସ୍ଥଗିତ ନେଇ ସମ୍ବଲପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି । ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ଥିଲା ।
ଅଧିକ ପଢ଼ନ୍ତୁ: ଭାରତ-ପାକିସ୍ତାନ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କଲେ ଟ୍ରମ୍ପ; କହିଲେ- ଯେସାକୁ ତେସା ନୀତି
Also Read
ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଇଥିବା ବେଳେ ଆକ୍ସନ ମୋଡରେ ଅଛନ୍ତି ଭାରତ ସରକାର । ଏହାରି ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅମିତ ଶାହଙ୍କ ଓଡିଶା ଗସ୍ତ ବାତିଲ ହୋଇଛି । ଗତ କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ଇଉରୋପ ଗସ୍ତ ବାତିଲ କରିଥିଲେ । ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ମାସରେ ଅମିତ ଶାହ ଓଡିଶା ଆସି ଭୁବନେଶ୍ୱର ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ଥିଲା । ହେଲେ ତାହା ସ୍ଥଗିତ ରହିଥିଲା ।