Advertisment

କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ମିଳିଲାନି ଜାମିନ

ଜନ ଆଶୀର୍ବାଦ ଯାତ୍ରା ସମୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ନାରାୟଣ ରାଣେ। ଏହାକୁ ନେଇ ଶିବସେନା ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ୩୬ଟି ଏଫଆଇଆର ରୁଜୁ ହୋଇଥିଲା। ଏହା ପରେ ନାସିକ ପୁଲିସ ଅପରାଧ ଶାଖା ଦ୍ୱାରା ଗିରଫ କରାଯାଇଥିଲା।

ଅଦ୍ୟତନ ହୋଇଛି
Union Minister Narayan Rane

Union Minister Narayan Rane

Advertisment

ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପ୍ରତି ଅପମାନସୂଚକ ମନ୍ତବ୍ୟ ଦେଇ ଗିରଫ ହୋଇଥିବା କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ଜାମିନ ମିଳିଲାନି। ମହାଡ଼ କୋର୍ଟ ନାରାୟଣ ରାଣେଙ୍କୁ ଜାମିନ ଖାରଜ କରିଦେଇଛନ୍ତି। ଓ ବିଚାରବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଆଜି ଅପରାହ୍ନରେ ରତ୍ନଗିରି ପୁଲିସ୍ ତାଙ୍କୁ ଗିରଫ କରିଥିଲା। ରତ୍ନଗିରିର ସଙ୍ଗମେଶ୍ୱର ଠାରେ ବିଜେପିର ଜନ ଆଶୀର୍ବାଦ ଯାତ୍ରାରେ ଯାଉଥିବା ବେଳେ ପୁଲିସ୍ ଟିମ୍ ତାଙ୍କୁ ସ୍ଥାନୀୟ ଥାନାକୁ ଆଣିଥିଲେ। ସେଠାରେ ବରିଷ୍ଠ ପୁଲିସ୍ ଅଧିକାରୀମାନେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇଥିବା ବିଧିବଦ୍ଧ ଭାବେ ଦର୍ଶାଇଥିଲେ।

Advertisment

ଜନ ଆଶୀର୍ବାଦ ଯାତ୍ରା ସମୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ନାରାୟଣ ରାଣେ। ଏହାକୁ ନେଇ ଶିବସେନା ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ୩୬ଟି ଏଫଆଇଆର ରୁଜୁ ହୋଇଥିଲା। ଏହା ପରେ ନାସିକ ପୁଲିସ ଅପରାଧ ଶାଖା ଦ୍ୱାରା ଗିରଫ କରାଯାଇଥିଲା।

ରତ୍ନଗିରି ପୁଲିସ୍‌ ତାଙ୍କୁ ଗିରଫ କରିବା ପରେ ରାଇଗଡ଼ ପୁଲିସ ହେପାଜତରେ ଛାଡ଼ିଥିଲା।  ରାଇଗଡ଼ ପୁଲିସ୍‌ ତାଙ୍କୁ ସନ୍ଧ୍ୟାରେ ମାହାଦ ଏମଆଇଡିସି ଥାନକୁ ଆଣିଥିଲା। ଏଠାରେ ଡାକ୍ତରଙ୍କ ଦ୍ୱାରା ଚେକଅପ୍ ଶେଷ ହେବା ପରେ ଶ୍ରୀ ରାଣେଙ୍କୁ ରାତି ପ୍ରାୟ ୧୦ଟା ବେଳେ ମାହାଦରେ ଥିବା ବାବାସାହେବ ଶୈଖ ପାଟିଲର ମାଜିଷ୍ଟ୍ରେଟ କୋର୍ଟଙ୍କ ଆଗରେ ହାଜର କରାଯାଇଥିଲା। ପ୍ରଥମେ ତାଙ୍କୁ ଭିଡିଓ କନଫରେନ୍ସିଂରେ ହାଜର କରାଇବାକୁ ଯୋଜନା ହୋଇଥିଲା। କିନ୍ତୁ ଶେଷରେ ରାଣେଙ୍କୁ ବ୍ୟକ୍ତିଗତ ଭାବେ ହାଜର କରାଯାଇଥିଲା।

Advertisment

ରାଣେଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଉଜ୍ଜଲ ନିକମ ଓ ଭାହୁ ସାଲୁଙ୍କେ ଯୁକ୍ତି ଉପସ୍ଥାପନ କରିଥିଲେ। ଶୁଣାଣି ବେଳେ ପୁଲିସ୍ ତାଙ୍କ ଜାମିନ ଆବେଦନକୁ ବିରୋଧ କରିଥିଲା। ଏପରିକି ୭ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା।  ତେବେ କୋର୍ଟ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ଶ୍ରୀ ରାଣେଙ୍କୁ ଜାମିନ ପ୍ରଦାନ କରିନାହାନ୍ତି।  

India News Narayan Rane
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ