/odishatv-khabar/media/post_attachments/uploadimage/library/16_9/16_9_0/IMAGE_1749742545.jpg)
ବିଜୟ ରୂପାନୀ ମୃତ
ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି । ଏନେଇ ଗୁଜରାଟ ବିଜେପି ସଭାପତି ସି.ଆର୍ ପାଟିଲ ସ୍ପଷ୍ଟ କରିଛନ୍ତି ।
ଗୁରୁବାର (୧୨ ଜୁନ୍) ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀ ତାଙ୍କ ଝିଅକୁ ଭେଟିବାକୁ ଲଣ୍ଡନ ଯାଉଥିଲେ। ତାଙ୍କ ମୃତ୍ୟୁରେ ଗୁଜରାଟ ବିଜେପି ମୁଖ୍ୟ ସି.ଆର. ପାଟିଲ ଶୋକ ପ୍ରକାଶ କରିଛନ୍ତି। ସି.ଆର. ପାଟିଲ କହିଛନ୍ତି ଯେ ସେ ତାଙ୍କ ପରିବାରକୁ ଭେଟିବାକୁ ଯାଉଥିଲେ, ସେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ। ଭଗବାନ ତାଙ୍କ ଆତ୍ମାକୁ ମଧ୍ୟ ଶାନ୍ତି ଦିଅନ୍ତୁ ।
#ରଖେ_ହରି_ତ_ମାରେ_କିଏ
ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ । ୨୪୨ ଯାତ୍ରୀ ଓ କ୍ରିଉ ମେମ୍ବର ମଧ୍ୟରୁ ଜଣେ ମାତ୍ର ଯାତ୍ରୀ ଜୀବିତ । ଏତେ ବଡ଼ ଭୟଙ୍କର ଦୁର୍ଘଟଣାରୁ ବର୍ତ୍ତିଯାଇଥିବା ଏକମାତ୍ର ଯାତ୍ରୀ ହେଉଛନ୍ତି ରମେଶ ବିଶ୍ବାସ କୁମାର।#planecrash#Ahemdabad#Mayday#AirIndia#OTV#एयर_इंडिया#vijayrupani… pic.twitter.com/rYOms8y6hL— ଓଟିଭି (@otvkhabar) June 12, 2025
ବିମାନ ଦୁର୍ଘଟଣାରେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ଲଣ୍ଡନରୁ ଏବଂ ପୁଅ ଆମେରିକାରୁ ଅହମ୍ମଦାବାଦ ଅଭିମୁଖେ ଆସୁଛନ୍ତି । ଦୁର୍ଘଟଣାଗ୍ରସ୍ତ ବିମାନରେ ୧୨ ଜଣ କ୍ରୁ ସଦସ୍ୟଙ୍କ ସମେତ ୨୪୨ ଜଣ ଥିଲେ । ଏହି ଭୟଙ୍କର ଦୁର୍ଘଟଣାରେ ବିମାନରେ ଥିବା ୨୪୨ ଯାତ୍ରୀ ଓ କ୍ରୁ ମେମ୍ବରଙ୍କ ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ମାତ୍ର ଜଣେ ଯାତ୍ରୀ ସୌଭାଗ୍ୟବଶତଃ ବଞ୍ଚି ଯାଇଥିଲେ ।
ସିଟ୍ ନମ୍ବର 11-Aରେ ଥିବା ରମେଶ ବିଶ୍ୱକୁମାର ନାମକ ଜଣେ ଯାତ୍ରୀ ଜୀବିତ ଅଛନ୍ତି । ତେବେ ସେହି ବ୍ୟକ୍ତି ଜଣଙ୍କୁ ଯେଉଁ ସମୟରେ ହସ୍ପିଟାଲ ଯାଉଥିଲେ ସେହି ସମୟର ଭିଡିଓ ମଧ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଛି । ଏମିତି କି ଭିଡିଓରେ ସେ କିପରି ଏହି ଭୟଙ୍କର ଦୁର୍ଘଟଣାରୁ ବର୍ତ୍ତିଲେ ସେ କଥା ମଧ୍ୟ କହୁଥିବାର ଦେଖିବାକୁ ମିଳୁଛି । ତେବେ ହସ୍ପିଟାଲରେ ବର୍ତ୍ତମାନ ରମେଶଙ୍କର ଚିକିତ୍ସା ଚାଲିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)