• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଂଜୀବ ଖାନ୍ନା । କେନ୍ଦ୍ର ସରକାରଙ୍କୁ ଏନେଇ ଚିଠି ଲେଖି ସୁପାରିସ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ସରିବା ପରେ ଜଷ୍ଟିସ ଖାନ୍ନା ହେବେ ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି । 

ତେବେ ତାଙ୍କ କାର୍ଯ୍ୟକାଳ ରହିବ ୬ ମାସ । ଆସନ୍ତା ନଭେମ୍ବର ୧୦ରେ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଅବସର ନେବେ । ନଭେମ୍ବର ୧୧ରେ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନେବେ । ତେବେ ଆସନ୍ତା ବର୍ଷ ମେ ୧୩ରେ ତାଙ୍କର କାର୍ଯ୍ୟକାଳ ସରିବ । ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରି କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଚିଠି ଲେଖିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼।

ଅଧିକ ପଢ଼ନ୍ତୁ: ଆଜି ସୈନୀ ସରକାର 2.Oର ଶପଥ; ଯୋଗଦେବେ PM ମୋଦି, ଶାହ, ରାଜନାଥ...

୧୯୮୩ରେ ଦିଲ୍ଲୀ ବାର କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା । ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ପ୍ରାକ୍ଟିସ ଆରମ୍ଭ କରିଥିଲେ । ଏହାପରେ ହାଇକୋର୍ଟରେ ଓକିଲାତି କରିଥିଲେ। ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଟିଂ କାଉନସେଲ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ । 

ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ । ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ । ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ । 

OTV is now on Whatsapp

Join and get latest news update delivered to you via whatsapp

Join Now